ଆଦିବାସୀ ମହାସଂଘ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରାୟଗଡ଼ା ଅଫିସ,୧୫।୧୨: ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗୀଙ୍କ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବିରେ ରବିବାର ଆଦିବାସୀ ମହାସଂଘ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଭାଗୀରଥି ହତ୍ୟାକାଣ୍ଡକୁ ୯ ବର୍ଷ ବିତି ଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଏହି ମାମଲାକୁ ସିବିଆଇକୁ ହସ୍ତାନ୍ତର ଦାବି କରିଛି ଆଦିବାସୀ ମହାସଂଘ। ୨୦୧୦ ଡିସେମ୍ବର ୧ରୁ ଆଦିବାସୀ ନେତା ତଥା ମନ୍ଦିର ଟ୍ରଷ୍ଟ ବୋର୍ଡର ସଭ୍ୟ ମଝିଘରିଆଣୀ ମନ୍ଦିରକୁ ଯାଇ ସେଠାରୁ ନିଖୋଜ ହୋଇଯାଇଥିଲେ। ଏହାର ୧୦ ଦିନ ପରେ ଆନ୍ଧ୍ରପ୍ରଦେଶର ବିରଗଟାମ ନାଗାବଳୀ ନଦୀପଠାରୁ ଅର୍ଦ୍ଧ ଦଗ୍ଧ ହୋଇଥିବା ଭାଗୀରଥିଙ୍କ ମୃତଦେହ ହୋଇଥିଲା। ରବିବାର ଏ ନେଇ ଏକ ଶୋଭାଯାତ୍ରା କରାଯିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଘଟଣାର ସିବିଆଇ ତଦନ୍ତ ଦାବି କରି ସଂଘ ପକ୍ଷରୁ ଏସ୍‌ପି ଶର୍ବଣା ବିବେକଙ୍କ ଜରିଆରେ ଏସ୍‌ପିଙ୍କ ଅନୁପସ୍ଥିତିରେ ଏସ୍‌ଡିପିଓ ତପନ ନାରାୟଣ ରଥଙ୍କୁ ପ୍ରଦାନ କରାଯାଇଛିଆଦିବାସୀ ମହାସଂଘ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଆଗାମୀ ଦିନରେ ସରକାର ଯଦି କୌଣସି ପଦକ୍ଷେପ ଗ୍ରହଣ ନ କରନ୍ତି ତେବେ ରାଜରାସ୍ତାକୁ ଓହ୍ଲାଇବ ବୋଲି ସଂଘ ଚେତାବନୀ ଦେଇଛି। ଏନେଇ ଏସ୍‌ଡିପିଓ କହିଛନ୍ତି, ଏହି ଦାବିପତ୍ର ମାନ୍ୟବର ରାଷ୍ଟ୍ରପତିଙ୍କୁ ପଠାଯିବ ଯାହା ନିର୍ଦ୍ଦେଶ ରହିବ ସେହି ଭାବରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି କାର୍ଯ୍ୟକ୍ରମରେ ଶତାଧିକ ଲୋକ ଅଂଶଗ୍ରହଣ କରିଥିଲେ। ଭାଜପାର ଜନଜାତି ମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧ୍ୟକ୍ଷ କାଳିରାମ ମାଝି, ଆଦିବାସୀ ମହାସଂଘ ସଭାପତି ଆପଲା ସ୍ବାମୀ କାଡ୍ରାକା, ଉପସଭାପତି ବସନ୍ତ ଉଲ୍‌କା ସମ୍ପାଦକ ଜଗନ୍ନାଥ ମାଣ୍ଡାଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri