Posted inଜାତୀୟ

ଆଦିବାସୀ ମହିଳାଙ୍କୁ ସୁପ୍ରିମକୋର୍ଟଙ୍କ ଜାମିନ

ନୂଆଦିଲ୍ଲୀ,୧୧ା୬:ସୁପ୍ରିମକୋର୍ଟ ବୁଧବାର ଏକ ହତ୍ୟା ମାମଲାର ଶୁଣାଣି କରି ଓଡ଼ିଶାର ଗଜପତି ଜିଲାର ଆଦିବାସୀ ମହିଳାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅପରାଧ ସମୟରେ ଅଭିଯୁକ୍ତା ଜନନୀ ମଣ୍ଡଳ ନାବାଳିକା ଥିଲେ ଓ ତାଙ୍କର ବର୍ଷକର ସନ୍ତାନ ଥିବା କଥାକୁ ବିଚାରକୁ ନେଇ ଜଷ୍ଟିସ୍‌ ଏନ୍‌.ଭି. ରମନା, ଏଲ୍‌. ନାଗେଶ୍ୱର ରାଓ ଏବଂ ଭି. ରାମସୁବ୍ରମଣ୍ୟନ୍‌ଙ୍କ ଖଣ୍ଡପୀଠ ତାଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି।
ଗଜପତି ଜିଲାରେ ୨୦୧୮ ସେପ୍ଟେମ୍ବର ୨୦ରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଅଭିଯୁକ୍ତା ଜନନୀ ତାଙ୍କ ସ୍ବାମୀଙ୍କ ସହ ମିଶି ସ୍ବାମୀଙ୍କ ପ୍ରଥମ ସ୍ତ୍ରୀଙ୍କୁ ହତ୍ୟା କରିଥିବା ନେଇ ପୋଲିସ ଚାର୍ଜଶିଟ୍‌ ଦାଖଲ କରିଥିଲା। ତେବେ ଅପରାଧ ସମୟରେ ଜନନୀଙ୍କୁ ୧୭ ବର୍ଷ ହୋଇଥିଲା ଓ ସେତେବେଳେ ସେ ଗର୍ଭବତୀ ଥିଲେ ବୋଲି ତାଙ୍କ ଓକିଲ ଅଦାଲତଙ୍କୁ ଜଣାଇଥିଲେ। ଏଥିସହିତ ଅଭିଯୁକ୍ତ ଦେଢ଼ବର୍ଷ ଜେଲ୍‌ କାଟିସାରିଥିବାରୁ ତଳକୋର୍ଟ ପୂର୍ବରୁ ଧାର୍ଯ୍ୟ କରିଥିବା ନିୟମ ଓ ସର୍ତ୍ତାବଳୀ ଅନୁଯାୟୀ ଜାମିନରେ ଯାଇପାରିବେ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ପୂର୍ବରୁ ଜନନୀ ମଣ୍ଡଳଙ୍କ ଜାମିନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେବା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତାଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ଜବାବ ମାଗିଥିଲେ। ହାଇକୋର୍ଟଙ୍କ ରାୟ ଆଇନ ଓ ସତ୍ୟର ବିରୁଦ୍ଧାଚରଣ କରୁଛି ବୋଲି ଜନନୀଙ୍କ ଓକିଲ ଅନୁପ୍ରଧା ସିଂ ସର୍ବୋଚ୍ଚ ଅଦାଲତଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri