ଆଦିବାସୀ ସଂସ୍କୃତି ପରମ୍ପରା ଏବଂ କ୍ରୀଡା ସାମଗ୍ରୀ ବଣ୍ଟନ

ଲେଫ୍ରିପଡା,୨୯।୧୧(ଡି.ଏନ.ଏ) -ସୁନ୍ଦରଗଡ଼ ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଲେଫ୍ରିପଡା ବ୍ଲକ୍‌ କାର୍ଯ୍ୟାଳୟଠାରେ ଆଦିବାସୀ ସଂସ୍କୃତି ପରମ୍ପରା ଏବଂ କ୍ରୀଡା ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ବିକାଶ ପରିଷଦର ଅଧ୍ୟକ୍ଷ ବିନୟ କୁମାର ଟପୋ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ। ରାଜ୍ୟରେ ଆଦିବାସୀ ସଂସ୍କୃତି ପରମ୍ପରାକୁ ବଞ୍ଚାଇ ଉଜ୍ଜୀବିତ କରିବା ଏବଂ କ୍ରୀଡା କ୍ଷେତ୍ରରେ ଉନ୍ନତି କରିବା ସକାଶେ ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ବୋଲି ସେ ମତାମତ ପ୍ରଦାନ କରିଥିଲେ। ସୁନ୍ଦରଗଡ଼ ସଦରର ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ରାଜ୍ୟର ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଜିଲାର ଆଦିବାସୀମାନଙ୍କ ସକାଶେ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରି ଯେଉଁ ପଦକ୍ଷେପ ନେଇଛନ୍ତି ତାହା ଅତ୍ୟନ୍ତ ସ୍ବାଗତଯୋଗ୍ୟ ରହିଛି। ଏଥିରେ ଜିଲାର ସମସ୍ତ ଆଦିବାସୀ ଭଉଣୀଭାଇ ଉନ୍ନୟନ ଦିଗରେ ସାମିଲ ହୋଇ ରାଜ୍ୟ ସରକାରଙ୍କର ବିକାଶଧାରାରେ ସାମିଲ ହେବା ପାଇଁ ଉଦ୍‌ବୋଧନ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲେଫ୍ରିପଡା ବ୍ଲକ ଅଧ୍ୟକ୍ଷା କାମିନୀ କାଲୋ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଲ୍ଲବୀ ରାଣୀ ରାଜ୍‌୍‌, ବ୍ଲକ ଶିକ୍ଷା ଅଧିକାରୀ ହରେକୃଷ୍ଣ ପୁରୋହିତ, ହେମଗିର ବ୍ଲକ ଅଧ୍ୟକ୍ଷା ସୁଧାରାଣୀ ରଉଡିଆ, ଲେଫ୍ରିପଡା ସମିତି ସଭ୍ୟା ଜୟନ୍ତୀ ଗର୍ଡିଆ, ସରପଞ୍ଚ ମଦନ ଛତ୍ରିଆ, ମଶାବିରା ସମିତିସଭ୍ୟ ସୁମନ୍ତ ପୂଜାରୀ, ହେମଗିର ବ୍ଲକ୍‌ ବିଜେଡି ସଭାପତି ସୁକାନ୍ତ ପତି, ରମେଶ ପାଣ୍ଡେ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ପରେ ଲେଫ୍ରିପଡା ବ୍ଲକ ଏବଂ ହେମଗିର ବ୍ଲକ୍‌ର ଓରାମ, ଖଡିଆ, କିଷାନ ସମ୍ପ୍ରଦାୟର ୧୧ଗୋଟି ଡ୍ୟାନ୍ସ ଗ୍ରୁପ୍‌, ୯ ଫୁଟ୍‌ବଲ ଟିମ୍‌ ଏବଂ ୧୭ଟି କୀର୍ତ୍ତନ ମଣ୍ଡଳୀଙ୍କୁ ସାମଗ୍ରୀ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ଗୀତାଞ୍ଜଳି ଟପୋ ମଞ୍ଚ ପରିଚାଳନା କରିଥିଲେ। ଲେଫ୍ରିପଡା ଲ୍ୟାମ୍ପ୍‌ସ ସଭାପତି ତଥା ବିଜେଡି ଯୁବ ନେତା ସୁନିଲ କୁମାର କାଲୋ, ହୃଦାନନ୍ଦ ସାହୁ, ଭବାନୀ ବିରଗଣ୍ଠିଆ, ପ୍ରଶାନ୍ତ ପୃଷେଠ୍‌, ଟଙ୍କଧର ବେହେରା, ବିଭୂତି ପଟେଲ, ସୁମନ୍ତ ନାଏକ, ଗୋଲାପ ପଟେଲ, ବୈଷ୍ଣବ ମାଝି ପ୍ରମୁଖ ପରିଚାଳନା କ୍ଷେତ୍ରରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri