ଆଧାରକାର୍ଡ ସଂଯୋଗ ଆଳରେ ଠକେଇ: ୫୦ ଗ୍ରାମବାସୀଙ୍କ ଜମାଖାତାରୁ ଅର୍ଥ ହଡ଼ପ

ବୈପାରିଗଡ଼ା,୭ା୫ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗଡ଼ା ବ୍ଲକ ସଦର ପଞ୍ଚାୟତ ସନ୍ତେଇପଟ ଓ ଅମଳାଭଟ୍ଟା ଗ୍ରାମବାସୀ ଠକେଇର ଶିକାର ହୋଇଛନ୍ତି। ନିଜକୁ ବ୍ୟାଙ୍କ କର୍ମଚାରୀ ବୋଲି ପରିଚୟ ଦେଇ ଜଣେ ଯୁବକ ସେମାନଙ୍କ ଜମାଖାତାରୁ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବା ପରେ ତଦନ୍ତ ଜାରି ରହିଛି। ଖବରରୁ ଜଣାପଡ଼ିଛି ଗତ ୨୪ ତାରିଖରେ ଏହି ୨ ଗ୍ରାମକୁ ବାହାର ଅଞ୍ଚଳର ଜଣେ ଯୁବକ ଆସି ନିଜକୁ ବ୍ୟାଙ୍କ କର୍ମଚାରୀ ଭାବେ ପରିଚୟ ଦେଇ ବ୍ୟାଙ୍କ ଆକାଉଣ୍ଟ ସହ ଆଧାର ନମ୍ବର ସଂଲଗ୍ନ କରିବାକୁ କହି ଗ୍ରାମବାସୀଙ୍କୁ ଆଧାର କାର୍ଡ ମାଗିଥିଲେ। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କଠାରୁ ବାୟୋମେଟ୍ରିକ୍‌ ମେଶିିନରେ ଫିଙ୍ଗରପ୍ରିଣ୍ଟ ନେଇଥିଲେ। ପରେ ଗ୍ରାମବାସୀ ଆଇଓବିରେ ଥିବା ସେମାନଙ୍କ ଜମାଖାତାର ବାଲାନ୍ସ ଚେକ୍‌ କରିବାରୁ ପ୍ରତ୍ୟେକଙ୍କ ଜମାଖାତାରୁ ୫ଶହରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ହଡ଼ପ ହୋଇଥିବା ଜଣାପଡିଥିଲା। ସମସ୍ତଙ୍କର ମିଶି ମୋଟ ୧ ଲକ୍ଷ ୩୦ ହଜାର ଟଙ୍କା ହଡ଼ପ ହୋଇଥିବା ଜଣାପଡିଛି। ତେବେ ସମ୍ପୃକ୍ତ ଯୁବକ ଜଣକ କୁନ୍ଦୁରା ବ୍ଲକ ଅନ୍ତର୍ଗତ ବରଗୁଡ଼ା ଗ୍ରାମର ଅରୁଣ କମାର ସାବତ ବୋଲି ଜଣାପଡିବା ପରେ ଲୋକେ ତାଙ୍କୁ ଏଠାକୁ ଡକାଇଥିଲେ। ଏକ ବୈଠକ କରି ଟଙ୍କା ହଡ଼ପ ନେଇ ପଚରାଉଚରା କରିଥିଲେ। ପରେ ସେ ସବୁ ଟଙ୍କା ଫେରାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପ୍ରତିଶ୍ରୁତି ମୁତାବକ ସେ ଟଙ୍କା ନ ଫେରାଇବାରୁ ଲୋକେ ବାଧ୍ୟ ହୋଇ ଗତ ୫ରେ ବୈପାରିଗୁଡ଼ା ଥାନାର ଦ୍ବାରସ୍ଥ ହୋଇଥିଲେ। ଏ ସମ୍ପର୍କରେ ଥାନା ଅଧିକାରୀ ଅଂଶୁମାନ ଦ୍ବିବେଦୀଙ୍କୁ ପଚାରିବାରୁ ସେ କହିଲେ ଯେ, ଲୋକେ କେମିତି ଟଙ୍କା ଫେରସ୍ତ ପାଇବେ ସେନେଇ ଉଦ୍ୟମ କରାଯାଉଛି। ସୂଚନାଯୋଗ୍ୟ ଯେ, କିଛି ମାସତଳେ ବ୍ଲକର ପଟ୍ରଗୁଡା ଗ୍ରାମର ଜଣେ ଚାଷୀଙ୍କ ଜମାଖାତାରୁ ୧୦ ହଜାର ଟଙ୍କା ହଡ଼ପ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri