ଆଧାରରେ ରିଟର୍ନ ଫାଇଲ କଲେ ସିଧାସଳଖ ମିଳିଯିବ ପାନ୍‌

ନୂଆଦିଲ୍ଲୀ, ୩-୯: ଆଧାରରେ ଆୟକର ରିଟର୍ନ ପୈଠ କଲେ ଟିକସଦାତାଙ୍କୁ ସିଧାସଳଖ ପାନ୍‌ ଜାରି କରାଯିବ। ଆୟକର ବିଭାଗ ଏଭଳି ଟିକସଦାତାଙ୍କ ଲାଗି ନୂଆ ପଦକ୍ଷେପ ଗ୍ରହଣ କରିଛି। ଆଧାର ଏବଂ ପାନ୍‌ ଡାଟାବେସ ସଂଯୋଗ ଦ୍ୱାରା ବିଭାଗ ଏଭଳି ସୁବିଧା କରିବ ବୋଲି ଜଣାପଡିଛି। ଅଗଷ୍ଟ ୩୦ରେ ଆୟକର ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ମୁତାବକ, ପାନ୍‌ ନ ଥାଇ ଯେଉଁ ବ୍ୟକ୍ତିଙ୍କର ଆଧାର ରହିଛି ଏବଂ ସେଥିରେ ସେ ରିଟର୍ନ ଫାଇଲ କରିଥିଲେ ପାନ୍‌ ପାଇବାକୁ ତାଙ୍କୁ ଦର୍ଶାଇବାକୁ ହେବ। ଏଥି ଲାଗି କୌଣସି ଅଲଗା ଦସ୍ତାବିଜ ଦେବାକୁ ପଡିବ ନାହିଁ। ସେପ୍ଟେମ୍ବର ପହିଲାରୁ ନୂଆ ନିୟମ କାର୍ଯ୍ୟକାରୀ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ୟୁନିକ୍‌ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ(ୟୁଆଇଡିଏଆଇ)ର ସୂଚନା ବ୍ୟବହାରରେ ବ୍ୟକ୍ତି ବିଶେଷଙ୍କ ଲାଗି ଆୟକର ବିଭାଗ ପାନ୍‌ ଜାରି କରିବ। ଆଧାର ପାନ୍‌ ଡାଟାବେସ ସଂଯୋଗ ହେବା ପରେ ଲୋକଙ୍କୁ ଏହି ସୁବିଧା ଦେବା ସହଜ ହେବ ବୋଲି କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି)ର ଅଧ୍ୟକ୍ଷ ପି.ସି. ମୋଦି ଜୁଲାଇରେ ଗଣମାଧ୍ୟମକୁ ଏକ ସାକ୍ଷାତକାରରେ ସୂଚନା ଦେଇଥିଲେ। ପାନ୍‌ ନ ଥିବା କ୍ଷେତ୍ରରେ ଏହା ହେବ ବୋଲି ସେ କହିଥିଲେ। ଏଭଳି କ୍ଷେତ୍ରରେ ଆସେସିଂ ଅଫିସର ପ୍ରତ୍ୟକ୍ଷ ଭାବେ ପାନ୍‌ ଜାରି କରି ପାରିବେ ବୋଲି ଆଇନରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri