Posted inଜାତୀୟ

ଆଧାର ଆଇନରେ ସଂଶୋଧନ ବିରୋଧରେ ପିଟିଶନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଆଧାର ଆଇନରେ ସଂଶୋଧନର ବୈଧତାକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପରିଚୟ ପ୍ରମାଣ ଲାଗି ଜନସାଧାରଣ ସ୍ବେଚ୍ଛାକୃତ ଭାବେ ଯୋଗାଇଦେଉଥିବା ଆଧାର ତଥ୍ୟ ବ୍ୟବହାର ଲାଗି ଘରୋଇ ସଂସ୍ଥାଗୁଡିକୁ ଅନୁମତି ଦେବା ନିମନ୍ତେ କେନ୍ଦ୍ର ସରକାର ଆଇନରେ ସଂଶୋଧନ କରିଥିଲେ। ଏହି ସଂଶୋଧନର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏନେଇ ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ ଏବଂ ବିଚାରପତି ବି.ଆର୍‌. ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ପିଟିଶନକୁ ଶୁଣାଣି ପାଇଁ ଗ୍ରହଣ କରିବା ସହ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି।
ଏସ୍‌.ଜି. ଭୋମ୍ବାତ୍‌କେରେ ଦାଏର କରିଥିବା ପିଟିଶନରେ ଦର୍ଶାଇଥିଲେ, ଆଧାର ଆଇନରେ କରାଯାଇଥିବା ସଂଶୋଧନ ସର୍ବୋଚ୍ଚ ଅଦାଲତଙ୍କ ପୂର୍ବ ରାୟର ଉଲ୍ଲଂଘନ କରୁଛି। ପୂର୍ବରୁ ୫ ଜଣିଆ ସାମ୍ବିଧାନିକ ପୀଠ ଆଧାର ଆଇନର ବୈଧତାକୁ କାଏମ ରଖିବା ସହ ଘରୋଇ ସଂସ୍ଥାଙ୍କୁ ଆଧାର ତଥ୍ୟ ବ୍ୟବହାର ଲାଗି ଅନୁମତି ଦିଆଯାଇପାରିବ ନାହିଁ ବୋଲି କହିଥିଲେ। ପରେ ସରକାର ଆଧାର ଆଇନରେ ସଂଶୋଧନ ଆଣି ଏହାକୁ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଏବଂ ମୋବାଇଲ ଫୋନ ସଂଯୋଗ ପାଇବା ପାଇଁ ବ୍ୟବହାର ନିମନ୍ତେ ଅନୁମତି ଦେଇଥିଲେ।
ସୂଚନାଯୋଗ୍ୟ ଆଧାର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୧୯କୁ କେତେକ ବିପକ୍ଷ ଦଳ ବିରୋଧ କରିବା ସତ୍ତ୍ୱେ ଗତ ଜୁଲାଇରେ ରାଜ୍ୟ ସଭାରେ ଏହା ବାଚନିକ ଭୋଟରେ ଗୃହୀତ ହୋଇଥିଲା। ଏହି ବିଲ୍‌କୁ ଲୋକ ସଭା ଜୁଲାଇ ୪ରେ ଅନୁମୋଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri