ଆଧାର ମାଧ୍ୟମରେ ୫୦ ହଜାରରୁ ଊର୍ଦ୍ଧ୍ୱ ନଗଦ କାରବାର

ନୂଆଦିଲ୍ଲୀ,୭-୭: ଏଣିକି ପାନ୍‌ ବଦଳରେ ଆଧାର କାର୍ଡ ମାଧ୍ୟମରେ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନଗଦ କାରବାର କରିହେବ। ଏହାଛଡ଼ା ଯେଉଁଠି ପାନ୍‌ ବ୍ୟବହାର ଅନିବାର୍ଯ୍ୟ ଥିଲା ସେଠାରେ ଆଧାର କାର୍ଡ ବ୍ୟବହାର କରିହେବ ବୋଲି ରାଜସ୍ବ ସଚିବ ଅଜୟ ଭୁଷଣ ପାଣ୍ଡେ ଶନିବାର ସ୍ପଷ୍ଟ କରିଛନ୍ତି। ପାନ ବ୍ୟବହାର ବଦଳରେ ଆଧାର କାର୍ଡ ବ୍ୟବହାର ନେଇ ବ୍ୟାଙ୍କ ଏବଂ ଅନ୍ୟ ସରକାରୀ ପ୍ରତିଷ୍ଠାନ ନିଜର ବ୍ୟାକ୍‌ଏଣ୍ଡକୁ ଅପଗ୍ରେଡ କରିବେ। ଉଲ୍ଲେଖଥାଉ କି, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ଟିକସଦାତାଙ୍କ ସୁବିଧାର୍ଥେ ପାନ୍‌ ସ୍ଥାନରେ ଆଧାର ବ୍ୟବହାର କରିହେବ ବୋଲି ଘୋଷଣା କରିଥିଲେ। ପାନ୍‌ ନ ଥିବା କ୍ଷେତ୍ରରେ ଟିକସଦାତା ଆଧାର ନମ୍ବର ଉଲ୍ଲେଖ କରି ସେମାନଙ୍କ ଆୟକର ରିଟର୍ନ ଦାଖଲ କରିପାରିବେ ବୋଲି ସେ କହିଥିଲେ। ସୂଚନାଥାଉ କି, କଳାଧନ ପ୍ରବାହ ଉପରେ ଲଗାମ ଲଗାଇବାକୁ ଯାଇ ସରକାର ୫୦ ହଜାରରୁ ଊର୍ଦ୍ଧ୍ୱ ପରିମାଣର ନଗଦ କାରବାର ଲାଗି ପାନ୍‌ ଅନିବାର୍ଯ୍ୟ କରିଥିଲେ। ଏହାଛଡ଼ା ୧୦ ଲକ୍ଷ ଟଙ୍କାରୁ ଅଧିକ ପରିମାଣର ଜମିଜମା କିଣିବାରେ ମଧ୍ୟ ପାନ୍‌ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଥିଲା। ପାଣ୍ଡେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ଦେଶରେ ୨୨ କୋଟି ପାନ୍‌ କାର୍ଡକୁ ଆଧାର ସହ ସଂଯୋଗ କରାଯାଇଛି। ଦେଶରେ ୧୨୦କୋଟି ଲୋକଙ୍କ ନିକଟରେ ଆଧାର କାର୍ଡ ରହିଛି। ବଜେଟ ଘୋଷଣା ଯୋଗୁ ପାନ୍‌ ବ୍ୟବହାର ବନ୍ଦ ହୋଇଯିବ କି ବୋଲି ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ, କିଛି ଲୋକ ପାନ୍‌ ଦେବା ସୁବିଧାଜନକ ବୋଲି ଭାବିବେ। ତେଣୁ ଏହା ଆଦୌ ବନ୍ଦ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri