ଆନନ୍ଦପୁରରେ ପ୍ରଥମ କରୋନା ସନ୍ଦିଗ୍ଧ

ଘସିପୁରା/ଆନନ୍ଦପୁର, ୧୬।୩(ଡି.ଏନ.ଏ./ସ୍ବ.ପ୍ର.)-ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ରବିବାର ଜଣେ କରୋନା ସନ୍ଦିଗ୍ଧ ଯୁବକ ଚିକିତ୍ସିତ ହୋଇଛନ୍ତି। ଯୁବକ ଜଣଙ୍କ ଘର ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଉଁଶଗଡ଼ ଅଞ୍ଚଳରେ। ସେ ବନ ବିଭାଗର ଜଣେ କର୍ମଚାରୀ। ଗତମାସ ଭୁବନେଶ୍ୱରରେ ଅନୁଷ୍ଠିତ ଜାତୀୟ କ୍ରୀଡ଼ା ପ୍ରତିଯୋଗିତା ପାଇଁ ସେ ବିମାନବନ୍ଦରରେ କାର୍ଯ୍ୟରତ ଥିଲେ। ଏହାପରେ ପ୍ରାୟ ୧୫ଦିନ ଧରି ଥଣ୍ଡାଜ୍ୱରରେ ଆକ୍ରାନ୍ତ ହେବା ସହ ଔଷଧରେ ଭଲ ନ ହେବାରୁ କରୋନା ସନ୍ଦେହ କରି କେନ୍ଦୁଝର ଜିଲା ଚିକିତ୍ସାଳୟ ଓ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ ଯାଇ ଚିକିତ୍ସିତ ହୋଇଛନ୍ତି। ତେବେ ସେ କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ତାଙ୍କୁ ଔଷଧ ଦିଆଯିବା ସହ ଭୟଭୀତ ନ ହୋଇ ଅନ୍ୟ ଲୋକଙ୍କ ସହ ମିଳାମିଶା ନ କରି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ରକ୍ତ ନମୁନା ପରୀକ୍ଷା କରାଯିବା ସହ ଅଧିକ ଚିକିତ୍ସା ସେବା ପାଇଁ ପଦକ୍ଷେପ ନିଆଯିବ ବୋଲି ଉପଖଣ୍ଡ ଡାକ୍ତରଖାନାର ଡାକ୍ତର କୃଷ୍ଣ ଚନ୍ଦ୍ର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri