ଆନୁଷଙ୍ଗିକ ବ୍ୟବସ୍ଥା ସହ ସଜାଗ ରୁହ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମୌସୁମୀ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ଠିକ୍‌ ମୁକାବିଲା ପାଇଁ ବିଭିନ୍ନ ବିଭାଗ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ସହ ସଜାଗ ରହିବାକୁ ଜିଲାପାଳ ବୈଠକରେ ନିର୍ଦ୍ଦେଶ ଦେଇଥିଲେ। ଏପରି କି ବନ୍ୟା ପରିସ୍ଥିତି ସୃଷ୍ଟି ହେଲେ ମଧ୍ୟ ଜନସାଧାରଣଙ୍କର ଯେପରି ସର୍ବନିମ୍ନ କ୍ଷତି ହୁଏ ସେଥିପାଇଁ ବିଶେଷ ଧ୍ୟାନ ଜିଲାପାଳ ପରାମର୍ଶ ଦେଇଥିଲେ।
ବର୍ଷା ଦିନ ପୂର୍ବରୁ ସମସ୍ତ ନଦୀ ଓ ନାଳର ପୁରୁଣା ଘାଇ ସହ ବର୍ଷାମାପକ ଯନ୍ତ୍ର ମରାମତି, ବୃଷ୍ଟିପାତର ସବିଶେଷ ଓ ଠିକ୍‌ ରିପୋର୍ଟ ନିୟମିତ ପ୍ରଦାନ ଉପରେ ଜିଲାପାଳ ଗୁରୁତ୍ୱ ଦେଇଥିଲେ। ଜିଲାସ୍ତରୀୟ ଅଧିକାରୀମାନେ ଟିକରପଡ଼ା ଓ ଆଠମଲ୍ଲିକର ଅଇଡ଼ା ଅଞ୍ଚଳକୁ ଆଗୁଆ ଗସ୍ତ କରି ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା ଅନୁଧ୍ୟାନ କରିବା, ପର୍ଯ୍ୟାପ୍ତ ଖାଦ୍ୟ, ପଲିଥିନ ସହ ବନ୍ୟା ଆଶ୍ରୟସ୍ଥଳ ଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ନଳକୂପ ଓ ଜଳ ଉତ୍ସ ଗୁଡ଼ିକୁ ବିଶୋଧନ ସହ ସମସ୍ତ ଡାକ୍ତରଖାନାରେ ସାପ କାମୁଡ଼ା ଇଞ୍ଜେକଶନ୍‌, ବ୍ଲିଚିଂ, ହାଲୋଜିନ୍‌ ବଟିକା, ଓଆର୍‌ଏସ୍‌ ଓ ଜୀବନରକ୍ଷାକାରୀ ଔଷଧ ଗଚ୍ଛିତ ରଖିବାକୁ କୁହାଯାଇଥିଲା। ଜୁନ ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ଜିଲା ଓ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରିବ। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଓଡ଼ିଶା ମଧ୍ୟକୁ ଆସୁଥିବା ଫଙ୍ଗପାଳ କୀଟମାନଙ୍କ ପ୍ରତିରୋଧ ପାଇଁ ଆଗୁଆ ପଦକ୍ଷେପ ନେବାକୁ କୃଷି ବିଭାଗକୁ ପରାମର୍ଶ ଦେଇଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ, ଅତିରିକ୍ତ ଜିଲାପାଳ (ରାଜସ୍ବ), ଅନୁଗୋଳ ସହ ବିଭିନ୍ନ ଉପଖଣ୍ଡର ଉପଜିଲାପାଳ ପ୍ରମୁଖ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri