ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ଜିତିଲା ସୁନ୍ଦରଗଡ

ଉଲୁଣ୍ଡା, ୮ା୧(ଡି.ଏନ.ଏ.) – ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଏସ.ପତ୍ରାପାଲି ପଞ୍ଚାୟତର ଗିନ୍ଦିଲ୍ଲାମାଲଠାରେ ଉଲୁଣ୍ଡା ଯୁବ ମହାସଂଘ ଏବଂ ଆଦିବାସୀ ବିକାଶ କ୍ଲବ ମିଳିତ ଆନୁକୂଲ୍ୟରେ ଗତ ଚାରଦିନ ଧରି ଚାଲିଥିବା ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ଖେଳରେ ସୁନ୍ଦରଗଡ ଦଳ ରେଢାଖୋଲକୁ ଟାଇବ୍ରେକର ୭-୬ ଗୋଲରେ ପରାସ୍ତ କରି ଚାମ୍ପିୟନ ହୋଇଛି। ପ୍ରଥମ ସେମିଫାଇନାଲରେ ସୁନ୍ଦରଗଡ ଦଳ ସମ୍ବଲପୁରକୁ ୩-୧ ଗୋଲରେ ହରାଇଥିବା ବେଳେ ଦ୍ୱିତୀୟ ସେମିରେ ରେଢାଖୋଲ ଦଳ ୨-୧ଗୋଲରେ ଝାରସୁଗୁଡାକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଫାଇନାଲ ଖେଳ ସଂଘର୍ଷପୂର୍ଣ୍ଣ ହୋଇଥିଲା। ନିର୍ଦ୍ଧାରିତ ସମୟରେ ଖେଳ ଗୋଲଶୂନ୍ୟ ଭାବରେ ସମାପ୍ତ ହେବାରୁ ମ୍ୟାଚ ରେଫରି ଟାଇବ୍ରେକରର ସହାୟତା ନେଇଥିଲେ। ଖେଳକୁ ଜୋହନ ବାରଲା, ଜୋଲସେନ ହର, ସୁଲେମାନ ଲମଙ୍ଗା, ଜସେବ ବାର୍ଯ୍ୟୋ ପରିଚାଳନା କରିଥିଲେ। ଆଦିବାସୀ କ୍ଲବ ଗିନ୍ଦିଲ୍ଲାମାଲର ସଭାପତି ନିଲାନ କୁର୍ତ୍ତୀଙ୍କ ଅଧ୍ୟକ୍ଷତା ଏବଂ ଉଲୁଣ୍ଡା ଯୁବମହାସଂଘ ସଭାପତି ପ୍ରମୋଦ ପଧାନଙ୍କ ସଂଯୋଜନାରେ ହୋଇଥିବା ପୁରସ୍କାର ବିତରଣ ଉତ୍ସବରେ ସାମାଜିକ କର୍ମୀ ସନାତନ ମହାଲିଗ, ବ୍ଲକ କ୍ରୀଡା ସଂଯୋଜକ ଉରୁକ୍ରମ ପାଣ୍ଡିଆ, କମଳ ରଞ୍ଜନ ପରିଛା, ସଞ୍ଜୀବ କୁମାର ପାଣିଗ୍ରାହୀ, କୁଶ ବଘାର ପ୍ରମୁଖ ଅତିଥିଭାବେ ଯୋଗଦେଇ ବିଜେତା ସୁନ୍ଦରଗଡ ଏବଂ ଉପବିଜେତା ରେଢାଖୋଲକୁ ଟ୍ରଫିସହ ପୁରସ୍କାର ପ୍ରଦାନ କରିଥିଲେ। ମ୍ୟାନ ଅଫ ଦ ମ୍ୟାଚ ଭାବେ ରେଢାଖୋଲର ପ୍ରସନ୍ନ ବିଲୁଙ୍ଗ ଓ ମ୍ୟାନ ଅଫ ଦ ଟୁର୍ନାମେଣ୍ଟଭାବେ ସୁନ୍ଦରଗଡର ରତିଆ ସୋରେନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ଅବସରରେ ସ୍ଥାନୀୟ ଆଦିବାସୀ ଝିଅମାନେ ପାରମ୍ପରିକ ଆଦିବାସୀ ନୃତ୍ୟ ପରିବେଷଣ କରିଥିଲେ। ଚାରିଦିନ ଧରି ଚାଲିଥିବା ଟୁର୍ନାମେଣ୍ଟରେ ଉଲୁଣ୍ଡା ଯୁବ ମହାସଂଘ ଏବଂ ଆଦିବାସୀ ବିକାଶ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri