ଆନ୍ତଃ ଜିଲା ସିଂଗଝର ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ :ପ୍ରଥମ ଦିବସରେ କାପସି, ମାନିଗାଁ ବିଜୟୀ

ସିନାପାଲି,୨୧।୯(ଡି.ଏନ.ଏ.)
ନୂଆପଡା ଜିଲା ସିନାପାଲିସ୍ଥିତ ସିଂଗଝର ଫୁଟବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ କାପସି ବନାମ ଚଟିଆଗୁଡା ଓ ମାନିଗାଁ ବନାମ ଜାମଗାଁ ମଧ୍ୟରେ ମୁକାବିଲା ହୋଇଥିଲା । ପ୍ରଥମେ କାପସି ଓ ଚଟିଆଗୁଡା ଏକାଦଶ ମଧ୍ୟରେ ଟ୍ରାଇବାଇକ୍‌ ମାଧ୍ୟମରେ କାପସି ଏକାଦଶ ୧-୦ ଗୋଲରେ ବିଜୟୀ ଲାଭ କରିଥିଲା । ଦ୍ୱିତୀୟ ମ୍ୟାଚରେ ମାନିଗାଁ ଏକାଦଶ ଟ୍ରାଇବାଇକ୍‌ ମାଧ୍ୟମରେ ୫-୩ ଗୋଲ୍‌ରେ ଜାମଗାଁ ଏକାଦଶକୁ ହରାଇ ବିଜୟ ଲାଭ କରିଥିଲା। ଉଦ୍‌ଘାଟନୀ ଦିବସରେ ମୁଖ୍ୟଅତିଥି ଭାବେ ସିଂଗଝର ସରପଞ୍ଚ ରୀନା ବୈଠାରୁ, ଜଇତରାମ ନାଏକ, ବୈକୁଣ୍ଠ ମାଝି ପ୍ରମୁଖ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ମ୍ୟାଚ ରେଫରୀ ଭାବେ କୁସୁମଯୋର ଖେଳ ଶିକ୍ଷକ ସନ୍ତୋଷ ବୈଠାରୁ ଓ ଅନ୍ୟ ଏକ ମ୍ୟାଚରେ ପୁଷ୍ପାକାନ୍ତ ନିଆଲ ଖେଳ ପରିଚାଳନା କରିଥିଲେ । ପିଓଜ କଶ୍ୟପ, ଦିଲୀପ ନିଆଲ ଲାଇନ୍‌ ମ୍ୟାନ ଭାବେ କାର୍ଯ୍ୟ ତୁଲାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri