Posted inଖେଳ

ଆନ୍ତଃ ବିଶ୍ୱବିଦ୍ୟାଳୟ ଆନ୍ତଃ ଜୋନ ଫୁଟବଲ ଆନ୍ନାମାଲାଇ- ଅମୃତସର ଫାଇନାଲ

ଭୁବନେଶ୍ୱର,୧୨।୧(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳଳୟ ଆନ୍ତଃ ଜୋନ୍‌ ଫୁଟବଲ (ପଶ୍ଚିମ) ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ୯ ତାରିଖରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟର ଫାଇନାଲ ରବିବାର ଖେଳାଯିବ। ଏହି ଟୁର୍ନାମେଣ୍ଟରେ ୧୬ଟି ମହିଳା ଦଳ ଅଂଶଗ୍ରହଣ କରିଛନ୍ତି। ଟାଇଟଲ ପାଇଁ ଫାଇନାଲ ମୁକାବିଲାରେ ଆନ୍ନାମଲାଇ ଓ ଜିଏନ୍‌ଡିୟୁ ଅମୃତସର ସକାଳ ୧୦ଟାରେ ମୁହଁମୁହିଁ ହେବେ। ଶନିବାର ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଅମୃତସର ୨-୦ ଗୋଲରେ ଗୋଆ ବିଶ୍ୱବିଦ୍ୟାଳୟକୁ ହରାଇ ଫାଇନାଲରେ ପ୍ରବେଶ କରିଥିଲା। ସେହିପରି ଦ୍ୱିତୀୟ ସେମିଫାଇନାଲରେ ଆନ୍ନାମଲାଇ ୩-୦ ଗୋଲରେ ଏମ୍‌.ଡି.ୟୁ. ରୋହତକ ବିଶ୍ୱବିଦ୍ୟାଳୟକୁ ହରାଇ ଫାଇନାଲକୁ ଉଠିଥିଲା। ସେହିପରି ହାର୍ଡଲାଇନ୍‌ ମ୍ୟାଚ୍‌ରେ ଗୋଆ ଓ ରୋହତକ ରବିବାର ସକାଳ ୮ଟାରେ ପରସ୍ପରକୁ ଭେଟିବେ। କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିବା ୮ଟି ଦଳ ପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଖେଳିବା ପାଇଁ କ୍ୱାଲିଫାଏ କରିଛନ୍ତି। ଏହି ଦଳଗୁଡିକ ହେଲା ଅମୃତସର, ଚଣ୍ଡିଗଡର ପଞ୍ଜାବ ୟୁନିଭର୍ସିଟି, କାଲିକଟ, ଗୋଆ, ଆନ୍ନାମଲାଇ, ଏଲ.ଏନ.ଆଇ.ପି.ଇ ଗ୍ବାଲିୟର, ମଦୁରାଇ କାମରାଜ ଓ ରୋହତକ ବିଶ୍ୱବିଦ୍ୟାଳୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri