Posted inଖେଳ

ଆନ୍ତଃ ସ୍କୁଲ ଫୁଟବଲ: ବିଜେଇଏମ୍‌ ବିଜୟୀ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ଗୋଟିଏ ମ୍ୟାଚ ଡ୍ର ରହିଥିବାବେଳେ ଅନ୍ୟ ମ୍ୟାଚରେ ବିଜେଇଏମ ସ୍କୁଲ ବିଜୟୀ ହୋଇଛି। ପ୍ରଥମ ମ୍ୟାଚଟି ମଦର୍ସ ପବ୍ଲିକ ସ୍କୁଲ ଏବଂ ଡିଏଭି ଚନ୍ଦ୍ରଶେଖରପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସଂଘର୍ଷପୂର୍ଣ୍ଣଭାବେ ଶେଷ ହୋଇଥିବା ମ୍ୟାଚରେ ଉଭୟ ଦଳ କେତେକ ସୁଯୋଗ ସୃଷ୍ଟି କରିଥିଲେ ହେଁ ଲକ୍ଷ୍ୟହୀନ ଶଟ୍‌ ଯୋଗୁ କୌଣସି ଗୋଲ ହୋଇପାରି ନ ଥିଲା। ଫଳରେ ମ୍ୟାଚଟି ଗୋଲଶୂନ୍ୟ ଡ୍ର ରହିଥିଲା। ଅନ୍ୟପକ୍ଷରେ ସମ୍ପୂର୍ଣ୍ଣ ଏକପାଖିଆଭାବେ ଶେଷ ହୋଇଥିବା ଦ୍ୱିତୀୟ ମ୍ୟାଚରେ ବିଜେଇଏମ ୫-୦ ଗୋଲରେ ଟାଇମ୍ସ ଗୁରୁକୁଳକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ପ୍ରଥମାର୍ଦ୍ଧର ୨ୟ, ୬ଷ୍ଠ ଓ ୧୦ମ ମିନିଟରେ ଯଥାକ୍ରମେ ସୌମେଶ ମହାନ୍ତି, ଜାଫିଲ ଅବଦୁଲା ଓ ସ୍ମୃତି ସ୍ବାଗତ ନାୟକ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ସେହିପରି ଦ୍ୱିତୀୟାର୍ଦ୍ଧର ୫ମ ଓ ୬ଷ୍ଠ ମିନିଟରେ ସ୍ମୃତି ସ୍ବାଗତ ଏବଂ ସୌମେଶ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେବାରେ ସକ୍ଷମ ହୋଇଥିଲେ। ପ୍ରଥମ ମ୍ୟାଚରେ ୬ ନମ୍ବର ବାଳକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଧୁସୂଦନ ମଲିକ ଅତିଥିଭାବେ ଯୋଗଦେଇ ଡିଏଭି ଚନ୍ଦ୍ରଶେଖରପୁରର ଅଙ୍କୁର ମଲିକଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ଦେଇଥିଲେ। ସେହିପରି ଦ୍ୱିତୀୟ ମ୍ୟାଚରେ କିସ୍‌ର କ୍ରୀଡ଼ା ଅଧିକାରୀ ରୁଦ୍ରକେଶ ଜେନା ଅତିଥିଭାବେ ଯୋଗଦେଇ ବିଜେଇଏମ ସ୍କୁଲର ସ୍ବାଗତ ନାୟକଙ୍କୁ ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରିଥିଲେ। ମ୍ୟାଚ ଦ୍ୱୟକୁ ସରୋଜ ମହାରଣା, ଶେଖାଓ୍ବତ ଖାଁ, ଦିବ୍ୟଜ୍ୟୋତି ସିଂ, ଚନ୍ଦ୍ରକାନ୍ତ ବାରିକ, ଦୁର୍ଗା ଆଚାର୍ଯ୍ୟ, ଅମିତ ନାୟକ, ରାଜେନ୍ଦ୍ର ବାରିକ ଓ ଟି. ମୋହନ ରାଓ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri