ଆନ୍ଦୋଳନକାରୀ ପରିବା ବ୍ୟବସାୟୀଙ୍କ ପ୍ରତି ତହସିଲଦାରଙ୍କ ଦବଙ୍ଗଗିରି : ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ପୁରୁଷୋତ୍ତମପୁର, ୨୩ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପରିବା ମାର୍କେଟ ଭାଙ୍ଗିବା ନେଇ ବ୍ୟବସାୟୀମାନେ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ସେମାନେ ଆନ୍ଦୋଳନ ସମୟରେ ମାର୍କେଟ ମଧ୍ୟରେ ରୋଷେଇ କରି ଖାଇବା ପ୍ରସ୍ତୁତ କରୁଥିବାବେଳେ ଉକ୍ତଦିନ ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ପରିବା ମାର୍କେଟକୁ ଯାଇ ବ୍ୟବସାୟୀମାନଙ୍କୁ ଧକ୍କା ମାରିବା ସହ ରୋଷେଇ ପ୍ରସ୍ତୁତି ଚାଲିଥିବା ହଣ୍ଡାକୁ ଫିଙ୍ଗି ଗାଳିଗୁଲଜ କରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୁରୁଷୋତ୍ତମପୁର ଅଞ୍ଚଳରେ ଜନସାଧାରଣଙ୍କ ମଧ୍ୟରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ତହସିଲଦାରଙ୍କ ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରେ ତୀବ୍ର ନିନ୍ଦା କରାଯିବା ସହ ଏପରି କାର୍ଯ୍ୟ କରି ତହସିଲଦାର ମାନବିକତାର ଉଲଂଘନ କରିଛନ୍ତି । ଧକ୍କା ମାରିବା, ଜିନିଷ ଫିଙ୍ଗିବା ଲାଗି ତହସିଲଦାରଙ୍କୁ କିଏ ନିର୍ଦ୍ଦେଶ ଦେଇଛି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି । ଏପରିକି ତହସିଲଦାରଙ୍କ ପୈତୃକ ଗ୍ରାମ ପୁରୁଷୋତ୍ତମପୁର ସହରରେ ହୋଇଥିବାରୁ କିଛି ରାଜନୈତିକ ବ୍ୟକ୍ତିଙ୍କ ସହ ସାଲିସ ହୋଇ ଏଠାରେ ଦବଙ୍ଗଗିରି ଚଳାଇଥିବାର ଅଭିଯୋଗ ହେଉଛି । ଏହି ଘଟଣା ପ୍ରତି ଗଞ୍ଜାମ ଜିଲାପାଳ, ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ, ସରକାର ତୁରନ୍ତ ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବ୍ୟବସାୟୀଙ୍କ ସମେତ ବିଭିନ୍ନ ମହଲରୁ ଦାବି ହୋଇଛି। ଏନେଇ ତହସିଲଦାର ଅରୁଣ କୁମାର ନାୟକଙ୍କ ସହ ଯୋଗାଯୋଗ କରାଯିବାରୁ କାହାରିକୁ ଧକ୍କା ମାରିନାହାନ୍ତି, ଗାଳିଗୁଲଜ କରିନାହାନ୍ତି କିମ୍ବା କୌଣସି ଜିନିଷ ଫିଙ୍ଗି ନାହାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri