ଆନ୍ଦୋଳନକୁ ଓହ୍ଲାଇବ ପଞ୍ଚାୟତ କର୍ମଚାରୀ ସଙ୍ଘ

ଯାଜପୁର ରୋଡ,୧୧-୯(ନି.ପ୍ର.)- ଓଡ଼ିଶା ଗ୍ରାମ ପଞ୍ଚାୟତ କର୍ମଚାରୀ ସଙ୍ଘର ଯାଜପୁର ଜିଲା ଶାଖାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲା ସଭାପତି ବଳରାମ ଚୁହାଣଙ୍କ ସଭାପତିତ୍ୱରେ ପାଣିକୋଇଲି ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ପଞ୍ଚାୟତରେ କାର୍ଯ୍ୟରତ, ପିଅନ, ରାତ୍ରୀ ଜଗୁଆଳୀ ଓ ଝାଡୁଦାରମାନେ ଏହି ବୈଠକରେ ଯୋଗଦେଇଥିବାବେଳେ ସମ୍ପାଦକ ଗଙ୍ଗାଧର ରାଉତ ସେମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ସରକାରୀ ଘୋଷଣା ମୁତାବକ ସେମାନଙ୍କୁ ସର୍ବନିମ୍ନ ମଜୁରୀ ପରିବର୍ତ୍ତେ ସରପଞ୍ଚମାନଙ୍କ ହାତଟେକାରେ ଦରମା ମିଳୁଥିବା ଅଭିଯୋଗ ହୋଇଥିଲା। ଫଳରେ ପରିବାର ପ୍ରତିପୋଷଣ କରିବା କଷ୍ଟସାଧ୍ୟ ହେଉଛି। ଯଦି ସରକାର ଏମାନଙ୍କ ଯଥାର୍ଥ ଦାବି ପ୍ରତି ଗୁରୁତ୍ୱ ନ ଦିଅନ୍ତି ତାହେଲେ ଅକ୍ଟୋବର ମାସରେ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ବୈଠକରେ ସର୍ବସମ୍ମତ ମତ ପ୍ରକାଶ ପାଇଥିଲା। ସୁବାସ ସାହୁ, ଲକ୍ଷ୍ମୀଧର ଦାସ, ଅଶେଷ ସାହୁ, ଧରଣୀଧର ପ୍ରଧାନ, ଚନ୍ଦ୍ରମଣୀ ସ୍ବାଇଁ, ଋଶିକେଶ ସାହୁ, ସଂଗ୍ରାମ ପଣ୍ଡା, ଭରତ ସେଠୀ, ମହେଶ୍ୱର ନାୟକ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri