ଆନ୍ଦୋଳନରୁ ଓହରିଲେ ୪ ବାର୍‌ ଆସୋସିଏଶନ

କଟକ ଅଫିସ,୨୭।୧: ପଶ୍ଚିମ ଓଡ଼ିଶାର ୪ ବାର୍‌ ଆସୋସିଏଶନ ବିଧିବଦ୍ଧ ଭାବେ କାର୍ଯ୍ୟବନ୍ଦ ଆନ୍ଦୋଳନରୁ ଓହରିଯାଇଛନ୍ତି। ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସୋନପୁର ବାର୍‌ ଆସୋସିଏଶନ, ବିନିକା ବାର୍‌ ଆସୋସିଏଶନ, ବୀରମହାରାଜପୁର ବାର୍‌ ଆସୋସିଏଶନ ଓ ତରଭା ବାର୍‌ ଆସୋସିଏଶନ ସେମାନଙ୍କର କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ପ୍ରତ୍ୟାହାର କରି ନେଇଛନ୍ତି। ଏହିସବୁ ବାର୍‌ ଆସୋସିଏଶନର ଆଇନଜୀବୀମାନେ ସୋମବାର କୋର୍ଟ କାର୍ଯ୍ୟରେ ଯୋଗଦାନ କରିଥିବା ଆଇନଜୀବୀ ପରିଷଦ ସୂଚନା ଦେଇଛିି। ରାଜଗାଙ୍ଗପୁର ବାର୍‌ ଆସୋସିଏଶନର ଆଇନଜୀବୀମାନେ ଆସନ୍ତା ୩ ତାରିଖରୁ କୋର୍ଟ କାର୍ଯ୍ୟରେ ଯୋଗଦାନ କରିବେ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।
ସୂଚନାଥାଉକି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପଶ୍ଚିମ ଓଡ଼ିଶାର ୧୭ ବାର୍‌ ଆସୋସିଏଶନ କର୍ମକର୍ତ୍ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ବାର୍‌ କାଉନସିଲ ଅଫ୍‌ ଇଣ୍ଡିଆକୁ ଗତ ୨୨ ତାରିଖରେ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବରେ ପଶ୍ଚିମ ଓଡ଼ିଶାର ସେଣ୍ଟ୍ରାଲ ଆକ୍ସନ କମିଟିର କର୍ମକର୍ତ୍ତାଙ୍କ ନାମ ମଧ୍ୟ ଉଲ୍ଲେଖ କରାଯାଇଥିଲା। ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସେଠାରେ ଓକିଲ ଆନ୍ଦୋଳନ ଚାଲିଛି। ମାତ୍ର ନିକଟରେ ଓକିଲ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଯେଉଁ ବାର୍‌ର ଓକିଲମାନେ ଆନ୍ଦୋଳନ ଜାରି ରଖିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କାର୍ଯ୍ୟାନୁଷ୍ଠାନ ସଦୃଶ ସମ୍ପୃକ୍ତ ଓକିଲମାନଙ୍କର ଲାଇସେନ୍ସ ରଦ୍ଦ କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?