ଆନ୍ଦୋଳନ ପାଇଁ ଭଞ୍ଜସେନାର ଚେତାବନୀ

ବାରିପଦା ଅଫିସ,୩ା୧- ମୟୂରଭଞ୍ଜ ଜିଲାରେ ପର୍ଯ୍ୟଟନସ୍ଥଳ ଭରପୁର ଥିଲେ ମଧ୍ୟ ଏହାର ଉନ୍ନତି କିମ୍ବା ରକ୍ଷଣାବେକ୍ଷଣ ଦିଗରେ ରାଜ୍ୟ ତଥା କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଉ ନାହାନ୍ତି। ବିଭିନ୍ନ ସଂଗଠନ ଜିଲାରେ ପର୍ଯ୍ୟଟନ ଶିଳ୍ପ ସ୍ଥାପନ ପାଇଁ ଦାବି କରି ଆସୁଥିଲେ ସୁଦ୍ଧା ଏଥିପ୍ରତି ଗୁରୁତ୍ୱ ଦିଆଯାଉ ନାହିଁ। ଏନେଇ ଆସନ୍ତା ୮ ତାରିଖରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ଓ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟକୁ ସାମାଜିକ ସଂଗଠନ ଭଞ୍ଜସେନା ଘେରାଉ କରିବ ବୋଲି ଚେତାବନୀ ଦେଇଛି। ଅନ୍ୟପକ୍ଷେ ଏହି ଦିନ ବାରିପଦାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ଥିବାରୁ ପରୋକ୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ସମ୍ପର୍କରେ ଜଣାଇବା ପାଇଁ ସେନା ପକ୍ଷରୁ ଏଭଳି ନିଷ୍ପତ୍ତି ନିଆ ଯାଇଥିବା ସେନାର ସଭାପତି ପିଣ୍ଟୁ ମାଇତି ସୂଚନା ଦେଇଛନ୍ତି।
ସେହିପରି ସେନାର ସଭାପତି ମାଇତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଗୁରୁବାର ଜିଲାପାଳ ବିନିତ ଭରଦ୍ୱାଜଙ୍କୁ ସାକ୍ଷାତ କରି ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରିଛନ୍ତି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟରେ ଅଧିକାରୀ ମାସ ମାସ ଧରି ରହୁ ନ ଥିବା ବେଳେ ସେ ଭୁବନେଶ୍ୱରେ ରହି ଜିଲାର କାର୍ଯ୍ୟ କରୁଛନ୍ତି। ଏହା ବ୍ୟତୀତ କିଛି ଦିନ ତଳେ ଶିମିଳିପାଳର ଦୁଇ ପୋଷା ହାତୀ ମହେନ୍ଦ୍ର ଓ ରାଜ କୁମାରଙ୍କୁ ଶିମିଳିପାଳରୁ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାକାର ପରିବେଶ ସହିତ ଖାପ ଖୁଆଇ ପାରୁ ନ ଥିବାରୁ ମହେନ୍ଦ୍ରର ସ୍ବାସ୍ଥ୍ୟବସ୍ଥା ଠିକ ନାହିଁ। ଏଣୁ ହାତୀ ଦୁଇଟିକୁ ତୁରନ୍ତ ଶିମିଳିପାଳକୁ ଫେରାଇ ଅଣାଯିବା ପାଇଁ ମଧ୍ୟ ସେନା ଦାବି କରିଛି। ପର୍ଯ୍ୟଟନ ସ୍ଥଳ ଦେବକୁଣ୍ଡର ରାସ୍ତାଘାଟ, ସୁରକ୍ଷା ଓ ପାନୀୟଜଳ ବ୍ୟବସ୍ଥା କରିବା ଦିଗରେ ଜିଲା ପ୍ରଶାସନ ପଦକ୍ଷେପ ନେବା ପାଇଁ ମଧ୍ୟ ସେନା ଜିଲାପାଳ ଭରଦ୍ୱାଜଙ୍କଠାରେ ଦାବି କରିଛି। ଏହି ପ୍ରତିନିଧି ଦଳରେ ସେନାର ଉପାଧ୍ୟକ୍ଷ ରାକେଶ ସିଂ, ଯୁବ ଛାତ୍ର ସଂଯୋଜକ ରାକେଶ ବେହେରା, ଉପଖଣ୍ଡ ସଭାପତି ସାମନ୍ତ ଶେଖର ପାଲ ଓ ମୁଖପାତ୍ର ଜ୍ୟୋତିରଞ୍ଜନ ପୃଷ୍ଟି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri