Posted inଜାତୀୟ

ଆନ୍ଧ୍ରପ୍ରଦେଶରୁ ଉଚ୍ଛେଦ ହେବ ବିଧାନ ପରିଷଦ

ଅମରାବତୀ,୨୮ା୧(ପି.ଟି.): ଆନ୍ଧ୍ରପ୍ରଦେଶରୁ ବିଧାନ ପରିଷଦ ଉଚ୍ଛେଦ ହେବାକୁ ଯାଉଛି। ଏ ନେଇ ରାଜ୍ୟ କ୍ୟାବିନେଟରେ ସୋମବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଅନୁରୂପ ପ୍ରସ୍ତାବ ବିଧାନସଭାରେ ଗୃହୀତ ହେବା ପରେ ଆବଶ୍ୟକ ପଦକ୍ଷେପ ଲାଗି କେନ୍ଦ୍ରକୁ ପଠାଯିବ। ୫୮ ସଦସ୍ୟ ବିଶିଷ୍ଟ ବିଧାନ ପରିଷଦରେ ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସର ମାତ୍ର ୯ ଜଣ ଅଛନ୍ତି। ବିରୋଧୀ ତେଲୁଗୁଦେଶମ୍‌ ପାର୍ଟିର ସଦସ୍ୟ ସଂଖ୍ୟା ୨୮ ରହିଛି। ବିଧାନ ପରିଷଦରେ ସରକାରଙ୍କର ଆବଶ୍ୟକ ସଂଖ୍ୟା ନ ଥିବାରୁ ଗତ ସପ୍ତାହରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହୀତ କରାଇବାରେ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ସରକାର ବିଫଳ ହୋଇଥିଲେ। ତିନି ରାଜଧାନୀ ବିଲ୍‌ ସମେତ ୨ଟି ବିଲ୍‌କୁ ବିଧାନ ପରିଷଦ ଅଧ୍ୟକ୍ଷ ଏମ୍‌.ଏ. ଶରିଫ୍‌ ଏହାକୁ ସିଲେକ୍ଟ କମିଟିକୁ ପଠାଇଦେଇଥିଲେ। ଫଳରେ ବିଧାନ ପରିଷଦର ଆବଶ୍ୟକତା ଅଛି କି ନାହିଁ ସେନେଇ ଗୁରୁତର ସହ ଚିନ୍ତା କରିବାକୁ ମୁଖ୍ୟମନ୍ତ୍ରୀ ଜଗନମୋହନ ବିଧାନସଭାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri