ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ୨୦୨ ପ୍ରବାସୀ ଶ୍ରମିକ: ୭ ଦିନ ମଧ୍ୟରେ ଫେରିବେ ଓଡ଼ିଶା

ବରଗଡ଼ ଅଫିସ,୭ା୫: ଭୂତାଣୁ ସଂକ୍ରମଣକୁ ନେଇ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଏହି କଟକଣା ପରେ ପ୍ରବାସୀ ଶ୍ରମିକଙ୍କ ଦୁଃଖଦୁର୍ଦ୍ଦଶା ବଢ଼ିଯାଇଛି । ଏଭଳି ଭାବେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲା ଚଉଡ଼ାଫାର୍ମ ନିକଟରେ ରହିଥିବା ବଳରାମ କ୍ରିଷ୍ଣା ସ୍ପିନିଂ ମିଲ୍‌ରେ ବରଗଡ଼ ଓ ବଲାଙ୍ଗୀର ଜିଲାର ୨୦୨ ଶ୍ରମିକ ଫସି ରହିଛନ୍ତି । ସ୍ପିନିଂ ମିଲ୍‌ ବନ୍ଦ ହୋଇଯାଇଥିବାରୁ ଶ୍ରମିକଙ୍କ ରୋଜଗାର ମଧ୍ୟ ବନ୍ଦ ହୋଇଯାଇଛି। ସେହିପରି ଦୋକାନ, ବଜାର ବନ୍ଦ ଥିବାରୁ ସେମାନଙ୍କ ଖାଇବା, ପିଇବାରେ ଅସୁବିଧା ପରିଲକ୍ଷିତ ହୋଇଛି। ଏଭଳି ସ୍ଥଳେ ସେମାନେ ଘରକୁ ଫେରିବାକୁ ଚାହୁଁଛନ୍ତି । ମାତ୍ର ଟ୍ରେନ୍‌ ଏବଂ ବସ୍‌ ଚାଲୁ ନ ଥିବାରୁ ସେମାନେ ଘରକୁ ଫେରି ପାରୁ ନାହାନ୍ତି । ତେବେ ଏହା ଜାଣିବା ପରେ ବରଗଡ଼ର ସାମାଜିକ କର୍ମୀ ଦିବସ କୁମାର ସାହୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଆଇଜି ଅମିତାଭ ଠାକୁର ପ୍ରମୁଖଙ୍କୁ ଟୁଇଟ୍‌ କରି ନିଦେଦନ କରିଥିଲେ। ଏହାପରେ ସମ୍ପୃକ୍ତ ଶ୍ରମିକଙ୍କୁ ଉଦ୍ଧାର ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ଫସି ରହିଥିବା ଶ୍ରମିକଙ୍କ ନିକଟରେ ଗୁରୁବାର ଆନ୍ଧ୍ରପ୍ରଦେଶର ୪ ଜଣ ଅଧିକାରୀ ପହଞ୍ଚିଥିଲେ। ଆସନ୍ତା ୭ ଦିନ ମଧ୍ୟରେ ଟ୍ରେନ୍‌ ଯୋଗେ ଓଡ଼ିଶାରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯିବ ବୋଲି ଅଧିକାରୀମାନେ ଶ୍ରମିକମାନଙ୍କୁ କହିଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri