ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ୨୦୨ ପ୍ରବାସୀ ଶ୍ରମିକ: ୭ ଦିନ ମଧ୍ୟରେ ଫେରିବେ ଓଡ଼ିଶା

ବରଗଡ଼ ଅଫିସ,୭ା୫: ଭୂତାଣୁ ସଂକ୍ରମଣକୁ ନେଇ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଏହି କଟକଣା ପରେ ପ୍ରବାସୀ ଶ୍ରମିକଙ୍କ ଦୁଃଖଦୁର୍ଦ୍ଦଶା ବଢ଼ିଯାଇଛି । ଏଭଳି ଭାବେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲା ଚଉଡ଼ାଫାର୍ମ ନିକଟରେ ରହିଥିବା ବଳରାମ କ୍ରିଷ୍ଣା ସ୍ପିନିଂ ମିଲ୍‌ରେ ବରଗଡ଼ ଓ ବଲାଙ୍ଗୀର ଜିଲାର ୨୦୨ ଶ୍ରମିକ ଫସି ରହିଛନ୍ତି । ସ୍ପିନିଂ ମିଲ୍‌ ବନ୍ଦ ହୋଇଯାଇଥିବାରୁ ଶ୍ରମିକଙ୍କ ରୋଜଗାର ମଧ୍ୟ ବନ୍ଦ ହୋଇଯାଇଛି। ସେହିପରି ଦୋକାନ, ବଜାର ବନ୍ଦ ଥିବାରୁ ସେମାନଙ୍କ ଖାଇବା, ପିଇବାରେ ଅସୁବିଧା ପରିଲକ୍ଷିତ ହୋଇଛି। ଏଭଳି ସ୍ଥଳେ ସେମାନେ ଘରକୁ ଫେରିବାକୁ ଚାହୁଁଛନ୍ତି । ମାତ୍ର ଟ୍ରେନ୍‌ ଏବଂ ବସ୍‌ ଚାଲୁ ନ ଥିବାରୁ ସେମାନେ ଘରକୁ ଫେରି ପାରୁ ନାହାନ୍ତି । ତେବେ ଏହା ଜାଣିବା ପରେ ବରଗଡ଼ର ସାମାଜିକ କର୍ମୀ ଦିବସ କୁମାର ସାହୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଆଇଜି ଅମିତାଭ ଠାକୁର ପ୍ରମୁଖଙ୍କୁ ଟୁଇଟ୍‌ କରି ନିଦେଦନ କରିଥିଲେ। ଏହାପରେ ସମ୍ପୃକ୍ତ ଶ୍ରମିକଙ୍କୁ ଉଦ୍ଧାର ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ଫସି ରହିଥିବା ଶ୍ରମିକଙ୍କ ନିକଟରେ ଗୁରୁବାର ଆନ୍ଧ୍ରପ୍ରଦେଶର ୪ ଜଣ ଅଧିକାରୀ ପହଞ୍ଚିଥିଲେ। ଆସନ୍ତା ୭ ଦିନ ମଧ୍ୟରେ ଟ୍ରେନ୍‌ ଯୋଗେ ଓଡ଼ିଶାରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯିବ ବୋଲି ଅଧିକାରୀମାନେ ଶ୍ରମିକମାନଙ୍କୁ କହିଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri