ଆନ୍ଧ୍ରରୁ ଆସିଥିବା ମା’-ପୁଅଙ୍କ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପ୍ରଶାସନର ନିର୍ଦ୍ଦେଶ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଆନ୍ଧ୍ର -ଓଡ଼ିଶା ସୀମାନ୍ତକୁ ସିଲ୍‌ କରାଯାଇଥିବା ବେଳେ ଗଳା ବାଟ ଦେଇ ପୂର୍ବରୁ ସେଠାରେ ରହୁଥିବା ଜଣେ ମହିଳା ଓ ତାଙ୍କ ପୁଅ କୌଶଳ କ୍ରମେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଢ଼ି ପଞ୍ଚାୟତ ଅଧୀନ ଏକ ଗାଁକୁ ଚାଲି ଆସିଥିବା ନେଇ ବିଡିଓ ହଳଧର ଶବରଙ୍କୁ ଖବର ମିଳିଥିଲା। ସେ ଏନେଇ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ ଜଣାଇବା ପରେ ମଙ୍ଗଳବାର ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା, ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତ, ସରପଞ୍ଚ ପ୍ରତିନିଧି କୁରେଶୁ ସେଠୀଙ୍କ ସମେତ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ସମ୍ପୃକ୍ତ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା.ମୋନାଲିସା ବେହେରା ସମ୍ପୃକ୍ତ ମହିଳା ଓ ତାଙ୍କ ପୁଅଙ୍କ ଚିକିତ୍ସା କରିଥିଲେ। ସେମାନଙ୍କ ଶରୀରରେ କୌଣସି କରୋନା ଲକ୍ଷଣ ନ ଥିବାରୁ ଉଭୟଙ୍କୁ ହୋମ୍‌ କ୍ବାରାଣ୍ଟାଇନରେ ରହିବାକୁ ପରାମର୍ଶ ଦେଇ ଫେରିଥିବା ଜଣାପଡ଼ିଛି। ପରେ ତହସିଲଦାର ଓ ବିଡିଓ ଝରିପଦର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ରୋଗୀ ପଞ୍ଜୀକରଣ ତାଲିକା ଦେଖିବା ସହ ସ୍ବାସ୍ଥ୍ୟକେନ୍ଦ୍ରର ଆନୁସଙ୍ଗିକ ସୁବିଧା ଅସୁବିଧା ନେଇ ଉପସ୍ଥିତ ଡା.ନିବେଦିତା ନନ୍ଦଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri