Posted inପୁରୀ

ଆନ୍ଧ୍ରରୁ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଲେ ୧୧ ମତ୍ସ୍ୟଜୀବୀ

କୋଣାର୍କ,୨୪ା୫(ଡି.ଏନ.ଏ)- ଆନ୍ଧ୍ରପ୍ରଦେଶରୁ ସାମୁଦ୍ରିକ ପଥରେ ଏକ ମାଛଧରା ବୋଟରେ ୧୧ଜଣ ମତ୍ସ୍ୟଜୀବୀ ଆସି ରବିବାର ପୂର୍ବାହ୍ନରେ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଛନ୍ତି। ଏମାନେ ସମସ୍ତେ ସ୍ଥାନୀୟ ନୋଳିଆ ବସ୍ତିର ବୋଲି ଜଣାପଡ଼ିଛି। ଖବରପାଇ କୋଣାର୍କ ଥାନାଧିକାରୀ ରଞ୍ଜନ କୁମାର ମଲ୍ଲିକ, କୋଣାର୍କ ଏନଏସି ନୋଡାଲ ଅଫିସର ଭାଗୀରଥି ବରାଳ ଓ ପଞ୍ଚାନନ ଲେଙ୍କା ପହଞ୍ଚତ୍ ପଚରରାଉଚୁରା ବେଳେ ମତ୍ସ୍ୟଜୀବୀମାନେ ବିନା ପଞ୍ଜୀକରଣରେ ଆସିଥିବା କହିଥିଲେ। ପରେ ସେମାନଙ୍କୁ କୋଣାର୍କ ଶିଶୁ ଓ ମାତୃ ମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରରେ ନିର୍ମିତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ସଙ୍ଗରୋଧ ଗୃହରେ ରଖାଯାଇଛି। ପରେ ଏମାନଙ୍କ ସ୍କ୍ରିନିଂ କରାଯାଇ ସ୍ବାବ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯିବ ବୋଲି ଏନଏସି ନିର୍ବାହୀ ଅଧିକାରୀ ଏମ ଶ୍ରୀନିବାସ କହିଛନ୍ତି। ସୂଚନା ମୁତାବକ, ଏହି ମତ୍ସ୍ୟଜୀବୀମାନେ ଆନ୍ଧ୍ରପ୍ରଦେଶରେ ଥିବାବେଳେ ଲକଡାଉନ ବୃଦ୍ଧି ଯୋଗୁ ସେଠାରେ ଫସି ଯାଇଥିଲେ। ପରେ ଏମାନେ ଏକ ମାଛଧରା ବୋଟ ଯୋଗେ ସମୁଦ୍ର ପଥରେ ଆସି ଦୁଇ ଦିନର ଯାତ୍ରା ପରେ ରବିବାର ଚନ୍ଦ୍ରଭାଗାରେ ପହଞ୍ଚତ୍ଛନ୍ତି। ଏହା ପୂର୍ବରୁ ମଧ୍ୟ ୧୬ଜଣ ମତ୍ସ୍ୟଜୀବୀ ଆନ୍ଧ୍ରପ୍ରଦେଶରୁ ଏକ ଡଙ୍ଗା ଯୋଗେ ଚନ୍ଦ୍ରଭାଗା ଆସିଥିଲେ। ଏମାନଙ୍କ ଟେଷ୍ଟ ପରେ ଜଣଙ୍କ ପଜିଟିଭ ବାହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଆଜି ହେରାପଞ୍ଚମୀ -ମହାପ୍ରଭୁଙ୍କ ରଥ ଭାଙ୍ଗିବେ ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ

ପୁରୀ,୨୦।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ…

ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri