Posted inଜାତୀୟ

ଆନ୍ଧ୍ରରେ ମହଙ୍ଗା ହେଲା ମଦ

ନୂଆଦିଲ୍ଲୀ, ୬ା୫: ଲକ୍‌ଡାଉନ୍‌ ଅବଧି ତୃତୀୟ ଥର ଲାଗି ବଢ଼ିଥିବା ବେଳେ ଆନ୍ଧ୍ରପ୍ରଦେଶରେ ମଦ ଦର ପୁଣି ୫୦% ମହଙ୍ଗା ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ୨୫% ଦର ବୃଦ୍ଧି କରାଯାଇଥିବା ବେଳେ ପୁଣି ଏହାକୁ ବଢ଼ାଯାଇଛି। ଏହା ସତ୍ତ୍ୱେ ଲୋକଙ୍କ ମନରେ ଉତ୍ସାହ କମିନାହିଁ। ବିଭିନ୍ନ ମଦ ଦୋକାନରେ ମଙ୍ଗଳବାର ଲୋକମାନଙ୍କ ଗହଳି ଦେଖିବାକୁ ମିଳିଛି। ଏବେ ରାଜ୍ୟରେ ୩,୪୬୮ ରିଟେଲ କାଉଣ୍ଟର ରହିଛି। ଏଥିମଧ୍ୟରୁ କଣ୍ଟେନ୍‌ମେଣ୍ଟ ଅଞ୍ଚଳରେ ୫୦୦ ମଦ ଦୋକାନ ଅଛି। ଏସବୁକୁ ରାଜ୍ୟ ଅବକାରୀ ବିଭାଗ ଚଳାଉଛି। ସୋମବାର ମଦ ଦୋକାନ ଖୋଲିବା ମାତ୍ରେ ଅସମ୍ଭବ ଭିଡ଼ ହେବାରୁ ସରକାର ଏହା ଉପରେ ତୁରନ୍ତ ୭୫% ଦରବୃଦ୍ଧି କରିଥିଲେ। ଦିଲ୍ଲୀରେ ମଧ୍ୟ ୭୦% ଦରବୃଦ୍ଧି କରାଯାଇଥିଲା। ଏବେ ସରକାର ପୂର୍ବାହ୍ନ ୧୧ଟାରୁ ରାତି ୮ଟା ମଧ୍ୟରେ ମଦ ଦୋକାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଜନଗହଳିକୁ ରୋକିବା ଓ ମଦ ଅପମିଶ୍ରଣ ଉପରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri