ଆନ୍ଧ୍ର-ଓଡ଼ିଶା ସୀମାକୁ ନେଇ ଉତ୍ତେଜନା

ପାରଳାଖେମୁଣ୍ଡି/ରାୟଗଡ଼, ୨୧।୬ (ଗିରିଧାରୀ ପରିଚ୍ଛା / ଜ୍ୟୋତି ପ୍ରକାଶ ପାଣି): ଆନ୍ଧ୍ର ଓଡ଼ିଶା ସୀମାନ୍ତକୁ ନେଇ ପୁଣି ଥରେ ମଙ୍ଗଳବାର ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଓଡ଼ିଶା ଜମିକୁ ଆନ୍ଧ୍ର ସରକାର ନଜର ପକାଇଥିବା କଥାକୁ ନେଇ ସ୍ଥାନୀୟ ସମିତିସଭ୍ୟା ସୁମିତ୍ରା ଶବର ଓ ଆନ୍ଧ୍ର କର୍ମଚାରୀଙ୍କ ମଧ୍ୟରେ କଥା କଟାକଟି ହେବା ପରେ ସେମାନେ ଫେରିଯାଇଥିବା ବିଷୟଟି ଚର୍ଚ୍ଚା ହେଉଛି। ରାୟଗଡ଼ ବ୍ଲକ ଅଧୀନ ଗଙ୍ଗବାଦ ପଞ୍ଚାୟତ ଅନ୍ତର୍ଗତ ମାଣିକପାଟଣା ଗ୍ରାମରେ ମଙ୍ଗଳବାର ଆନ୍ଧ୍ରର ଆର୍‌.ଆଇ, ଅମିନ, ବନ ବିଭାଗର ଅଧିକାରୀମାନେ ପହଞ୍ଚତ୍ ପ୍ରାୟ ୨୨ଟି ପରିବାରଙ୍କୁ ଚାରା ବଣ୍ଟନ କରିଥିଲେ। ସେମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଯୋଗାଇ ଦେବା ନାଁରେ ଆବଶ୍ୟକ କାଗଜପତ୍ର ସଂଗ୍ରହ କରି ନେବା ସହ ଓଡ଼ିଶା ଜମିକୁ ସର୍ଭେ ଓ ଚିହ୍ନଟ କରୁଥିବା ଜାଣିପାରି ସମିତି ସଭ୍ୟା ଶବର ସେମାନଙ୍କୁ ଏଥିରୁ ନିବୃତ୍ତ ରହିବାକୁ ତାଗିଦା କରିଥିଲେ। ଫଳରେ ସେଠାରେ ଚାପା ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଗାରାବନ୍ଧ ଥାନା ଅଧିକାରୀ ଗୋବିନ୍ଦ ଗୌଡ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ତେବେ ଆଜିର ଏହି ପ୍ରକାର ପରିସ୍ଥିତିକୁ ନେଇ ଅଞ୍ଚଳବାସୀ ପ୍ରଶାସନ ଓ ରାଜସ୍ବ ବିଭାଗକୁ ଦାୟୀ କରିଛନ୍ତି। ଯେହେତୁ ଦୀର୍ଘ ଦିନ ଧରି ସୀମା ବିବାଦ ଲାଗିରହିଥିଲେ ହେଁ ଆଜି ପର୍ଯ୍ୟନ୍ତ ସୀମା ଚିହ୍ନଟ ହୋଇ ପାରିନାହିଁ। ଅଞ୍ଚଳର ରାଜସ୍ବ ସମସ୍ୟା ସମାଧାନ ପାଇଁ ସରକାର ଚମ୍ପାପୁରଠାରେ ଆର୍‌ଆଇ ଅଫିସ ସ୍ଥାପନ କରିଥିଲେ। ହେଲେ କୌଣସି କର୍ମଚାରୀଙ୍କ ଦେଖା ମିଳୁନଥିବା ପଞ୍ଚାୟତ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି। ମାଣିକପାଟଣା ଗ୍ରାମବାସୀ କାଜୁ ବାଡ଼ ପଟ୍ଟା ପାଇଁ ଆବେଦନ କରି ତହସିଲଦାର ଓ ଜିଲାପାଳଙ୍କ ଅଭିଯୋଗ ଶୁଣାଣିକୁ ଯାଇ ଅନୁରୋଧ କରିଥିଲେ ବି କୌଣସି ସୁଫଳ ମିଳୁନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦିଅନ୍ତୁ, ନଚେତ୍‌ ଆନ୍ଧ୍ର ସରକାର ଓଡ଼ିଶା ମାଟିକୁ ଟାଣି ନେଇଯିବ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri