Odisha Elections 2024

ଆନ୍ଧ୍ର-ଓଡ଼ିଶା ସୀମାକୁ ନେଇ ଉତ୍ତେଜନା

ପାରଳାଖେମୁଣ୍ଡି/ରାୟଗଡ଼, ୨୧।୬ (ଗିରିଧାରୀ ପରିଚ୍ଛା / ଜ୍ୟୋତି ପ୍ରକାଶ ପାଣି): ଆନ୍ଧ୍ର ଓଡ଼ିଶା ସୀମାନ୍ତକୁ ନେଇ ପୁଣି ଥରେ ମଙ୍ଗଳବାର ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଓଡ଼ିଶା ଜମିକୁ ଆନ୍ଧ୍ର ସରକାର ନଜର ପକାଇଥିବା କଥାକୁ ନେଇ ସ୍ଥାନୀୟ ସମିତିସଭ୍ୟା ସୁମିତ୍ରା ଶବର ଓ ଆନ୍ଧ୍ର କର୍ମଚାରୀଙ୍କ ମଧ୍ୟରେ କଥା କଟାକଟି ହେବା ପରେ ସେମାନେ ଫେରିଯାଇଥିବା ବିଷୟଟି ଚର୍ଚ୍ଚା ହେଉଛି। ରାୟଗଡ଼ ବ୍ଲକ ଅଧୀନ ଗଙ୍ଗବାଦ ପଞ୍ଚାୟତ ଅନ୍ତର୍ଗତ ମାଣିକପାଟଣା ଗ୍ରାମରେ ମଙ୍ଗଳବାର ଆନ୍ଧ୍ରର ଆର୍‌.ଆଇ, ଅମିନ, ବନ ବିଭାଗର ଅଧିକାରୀମାନେ ପହଞ୍ଚତ୍ ପ୍ରାୟ ୨୨ଟି ପରିବାରଙ୍କୁ ଚାରା ବଣ୍ଟନ କରିଥିଲେ। ସେମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଯୋଗାଇ ଦେବା ନାଁରେ ଆବଶ୍ୟକ କାଗଜପତ୍ର ସଂଗ୍ରହ କରି ନେବା ସହ ଓଡ଼ିଶା ଜମିକୁ ସର୍ଭେ ଓ ଚିହ୍ନଟ କରୁଥିବା ଜାଣିପାରି ସମିତି ସଭ୍ୟା ଶବର ସେମାନଙ୍କୁ ଏଥିରୁ ନିବୃତ୍ତ ରହିବାକୁ ତାଗିଦା କରିଥିଲେ। ଫଳରେ ସେଠାରେ ଚାପା ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଗାରାବନ୍ଧ ଥାନା ଅଧିକାରୀ ଗୋବିନ୍ଦ ଗୌଡ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ତେବେ ଆଜିର ଏହି ପ୍ରକାର ପରିସ୍ଥିତିକୁ ନେଇ ଅଞ୍ଚଳବାସୀ ପ୍ରଶାସନ ଓ ରାଜସ୍ବ ବିଭାଗକୁ ଦାୟୀ କରିଛନ୍ତି। ଯେହେତୁ ଦୀର୍ଘ ଦିନ ଧରି ସୀମା ବିବାଦ ଲାଗିରହିଥିଲେ ହେଁ ଆଜି ପର୍ଯ୍ୟନ୍ତ ସୀମା ଚିହ୍ନଟ ହୋଇ ପାରିନାହିଁ। ଅଞ୍ଚଳର ରାଜସ୍ବ ସମସ୍ୟା ସମାଧାନ ପାଇଁ ସରକାର ଚମ୍ପାପୁରଠାରେ ଆର୍‌ଆଇ ଅଫିସ ସ୍ଥାପନ କରିଥିଲେ। ହେଲେ କୌଣସି କର୍ମଚାରୀଙ୍କ ଦେଖା ମିଳୁନଥିବା ପଞ୍ଚାୟତ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି। ମାଣିକପାଟଣା ଗ୍ରାମବାସୀ କାଜୁ ବାଡ଼ ପଟ୍ଟା ପାଇଁ ଆବେଦନ କରି ତହସିଲଦାର ଓ ଜିଲାପାଳଙ୍କ ଅଭିଯୋଗ ଶୁଣାଣିକୁ ଯାଇ ଅନୁରୋଧ କରିଥିଲେ ବି କୌଣସି ସୁଫଳ ମିଳୁନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦିଅନ୍ତୁ, ନଚେତ୍‌ ଆନ୍ଧ୍ର ସରକାର ଓଡ଼ିଶା ମାଟିକୁ ଟାଣି ନେଇଯିବ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ

ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ...

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି।...

ସରସରା ହତ୍ୟାକାଣ୍ଡ ନିର୍ବାଚନୀ ହିଂସା ନୁହେଁ: ସ୍ପଷ୍ଟ କଲେ ଜିଲାପାଳ, ଆଇଜି

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ଗୋଟିଏ ଗ୍ରାମର ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri