Posted inଜାତୀୟ

ଆନ୍ଧ୍ର କ୍ୟାବିନେଟ :୫ ଉପମୁଖ୍ୟମନ୍ତ୍ରୀଙ୍କ ସହ ୨୫ ଶପଥ ନେଲେ

ଅମରାବତୀ, ୯ା୬(ପି.ଟି.): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀଙ୍କ ମନ୍ତ୍ରିମଣ୍ଡଳରେ ଶନିବାର ୫ ଉପମୁଖ୍ୟମନ୍ତ୍ରୀଙ୍କ ସହ ୨୫ ମନ୍ତ୍ରୀ ସାମିଲ ହୋଇଛନ୍ତି। ୫ ଉପମୁଖ୍ୟମନ୍ତ୍ରୀ ହେଲେ ପାମୁଲା ପୁଷ୍ପା ଶ୍ରୀବାଣୀ, ପିଲ୍ଲି ସୁବାସ ଚନ୍ଦ୍ର ବୋଷ, ଆଲ୍ଲା କଲି କ୍ରିଷ୍ଣା ଶ୍ରୀନିବାସ, ଏଲ୍‌ ନାରାୟଣ ସ୍ବାମୀ ଓ ଆମ୍‌ଜାଥ ବାସା । ଏଥିସହ ୭ ଜଣ ପଛୁଆବର୍ଗର ବିଧାୟକଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ପ୍ରଦାନ କରିଥିବାବେଳେ ଅନୁସୂଚିତ ଜାତି ବର୍ଗର ୫ ବିଧାୟକ, ମୁସଲ୍‌ମାନ୍‌ ଓ ଅନୁସୂଚିତ ଉପଜାତି ବର୍ଗର ଜଣେ ଲେଖାଏ, କପୁ ଓ ରେଡ୍ଡୀ ସମ୍ପ୍ରଦାୟର ୪ଜଣ ଲେଖାଏ ବିଧାୟକଙ୍କୁ କ୍ୟାବିନେଟ ମନ୍ତ୍ରୀ ପଦ ପ୍ରଦାନ କରାଯାଇଛି। କ୍ଷତ୍ରିୟ ଓ ବୈଶ୍ୟ ସମ୍ପ୍ରଦାୟର ଜଣେ ଲେଖାଏ ବିଧାୟକ ମଧ୍ୟ ଏହି କ୍ୟାବିନେଟରେ ସାମିଲ ହୋଇଛନ୍ତି। ରାଜ୍ୟପାଳ ଇ.ଏସ୍‌.ଏଲ୍‌. ନରସିଂହ ଏକ ବର୍ଣ୍ଣାଢ୍ୟ ସମାବେଶରେ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀଙ୍କୁ ମିଶାଇ ୨୬ଜଣିଆ କ୍ୟାବିନେଟରେ ୩ ମହିଳା ସଦସ୍ୟ ସ୍ଥାନ ପାଇଛନ୍ତି। ଏମାନଙ୍କ ମଧ୍ୟରୁ ଅନୁସୂଚିତ ଜାତି ବର୍ଗର ୨ ଜଣ ହୋଇଥିବାବେଳେ ଅନୁସୂଚିତ ଉପଜାତି ବର୍ଗରୁ ଜଣେ ଅଛନ୍ତି।ଦଳିତ ବର୍ଗର ମହିଳା ବିଧାୟକ ମେକାଥୋତି ସୁଚରିତାଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମିଳିଥିବା ଜଣାପଡ଼ିଛି।
ଦାୟିତ୍ୱ ଗ୍ରହଣ କରିବା ପରେ ଜଗନ୍‌ ଆଶା କର୍ମୀଙ୍କ ମାସିକ ଦରମା ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri