Posted inଜାତୀୟ

ଆନ୍ଧ୍ର ବିଧାନସଭାରେ ୩ ରାଜଧାନୀ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୧ା୧( ଆଇଏଏନ୍‌ଏସ୍‌): ଆନ୍ଧ୍ରପ୍ରଦେଶ ବିଧାନସଭାରେ ସୋମବାର ୩ ରାଜାଧାନୀ ବିଲ୍‌ ଗୃହୀତ ହୋଇଛି। ଏହାକୁ ବିରୋଧ କରି ମାସାଧିକ କାଳ ଆନ୍ଦୋଳନ ଚଳାଇଥିବା ଅମରାବତୀର କୃଷକମାନେ ନିଶ୍ଚିତ ଭାବେ ନ୍ୟାୟ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ପ୍ରତିଶ୍ରୁତି ଦେବା ପରେ ବିଧେୟକକୁ ବିଳମ୍ବିତ ରାତିରେ ଗୃହର ମଞ୍ଜୁରୀ ମିଳିଛି। ଆନ୍ଧ୍ରପ୍ରଦେଶ ଡିସେଣ୍ଟ୍ରାଲାଇଜେଶନ୍‌ ଆଣ୍ଡ ଇନ୍‌କ୍ଲୁସିଭ୍‌ ଡେଭଲପ୍‌ମେଣ୍ଟ ଅଫ୍‌ ଅଲ୍‌ ରିଜିଅନ୍ସ ବିଲ୍‌, ୨୦୨୦ ଅନୁସାରେ ଅମରାବତୀ ରାଜ୍ୟର ବ୍ୟବସ୍ଥାପିକା ରାଜଧାନୀ ରହିବ। ସେହିପରି ବିଶାଖାପଟନମ୍‌ କାର୍ଯ୍ୟପାଳିକା ଓ କୁର୍ନୁଲ ନ୍ୟାୟପାଳିକା ରାଜଧାନୀ ହେବ ବୋଲି ଉକ୍ତ ବିଲ୍‌ରେ ବ୍ୟବସ୍ଥା ରହିଛି। ବିଧାନସଭାରେ ଏହାକୁ ନେଇ ୧୨ ଘଣ୍ଟା ଧରି ବିତର୍କ ଚାଲିବା ପରେ ଧ୍ୱନିମତରେ ବିଧେୟକ ଗୃହୀତ ହୋଇଛି। ଶାସନ ବିକେନ୍ଦ୍ରୀକରଣ ଓ ସମସ୍ତ ଅଞ୍ଚଳର ବିକାଶ ଲକ୍ଷ୍ୟ ନେଇ ଆଉ ଦୁଇଟି ରାଜଧାନୀକୁ ବିକଶିତ କରାଯିବ। ବର୍ତ୍ତମାନର ରାଜଧାନୀ ଅମରାବତୀକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉ ନାହିଁ ବୋଲି ଜଗନ୍‌ମୋହନ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri