ଆନ୍ଧ୍ର ବିଧାୟକଙ୍କୁ ହତ୍ୟା ଘଟଣା: ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ମାଲକାନଗିରି,୧୨।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ବୁଧବାର ଜଣେ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଜିପ୍ରୋ ହବିକା ଓ ତାଙ୍କ ଘର କୋରାପୁଟ ଜିଲାର ନାରାୟଣପାଟଣା ଥାନା ଅନ୍ତର୍ଗତ ଖାଜାଗୁଡ଼ା ଗ୍ରାମର। ତାଙ୍କ ନାମରେ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ। ଗତ ୨୫ ତାରିଖ ରାତିରେ ୨୫ରୁ ଊର୍ଦ୍ଧ୍ୱ ମାଓବାଦୀ ସ୍ବାଭିମାନ ଅଞ୍ଚଳଳର ଜୁନ୍ତରାଇ ଗ୍ରାମକୁ ଯାଇ ଲୋକଙ୍କୁ ସ୍ବାଭିମାନ ଅଞ୍ଚଳର ରାସ୍ତାଘାଟ ସହ ବିକାଶମୂଳକ କାର୍ଯ୍ୟକୁ ସମର୍ଥନ ଦେଉଥିବାରୁ ଧମକ ଦେଇ କିଛି ବ୍ୟକ୍ତିଙ୍କୁ ମାଡ଼ ମାରିବା ସହ ଗୁଳିଚାଳନା କରିଥିଲେ। ଏଥିରେ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ପଥର ଓ ଢେଲାମାଡ କରିଥିଲେ। ଉଭୟ ଗୁରୁତର ହେବା ପରେ ସେମାନଙ୍କୁ କାବୁ କରିବାକୁ ଯାଇ ହାତଗାଡ଼ ବାନ୍ଧି ଦେଇଥିଲେ। ତେବେ ଗ୍ରାମବାସୀଙ୍କ ମାଡ଼ରେ ଗଙ୍ଗା ମାଡ଼ି ନାମକ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜିପ୍ରୋ ଗୁରୁତର ହୋଇଥିଲେ। ପରେ ପୋଲିସ ତାଙ୍କୁ ଚିକିସତ୍ାଳୟରେ ଭର୍ତ୍ତି କରାଇଥିଲା। ଚିକିତ୍ସା ପରେ ସେ ସୁସ୍ଥ ହୋଇଛନ୍ତି। ତେବେ ପୂର୍ବରୁ ମାଓବାଦୀମାନେ ବିକାଶକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ବିପକ୍ଷରେ ସ୍ବରଉତ୍ତୋଳନ କରୁଥିଲେ। କିନ୍ତୁ ବର୍ତ୍ତମାନ ସ୍ବାଭିମାନ ଅଞ୍ଚଳର ଗ୍ରାମବାସୀ ବିକାଶ ଚାହଁୁଥିବା ବେଳେ ମାଓବାଦୀ ସଂଗଠନ ବିକାଶକୁ ବିରୋଧ କରୁଛନ୍ତି। ଏହି ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ସେ ଆମତ୍ସମର୍ପଣ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ ବୋଲି ଆରକ୍ଷୀ ଅଧୀକ୍ଷକ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ସେ ଆନ୍ଧ୍ରପ୍ରଦେଶର ଆରକୁଭେଲି ନିକଟରେ ବିଧାୟକ କେ.ଏସ.ରାଓ ଓ ପୂର୍ବତନ ବିଧାୟକ ସିଭେରୀ ସୋମାଙ୍କୁ ହତ୍ୟା କରିବା ସହ ପାଡୁଆ ନିକଟରେ ଗୁଳି ବିିନିମୟ ଓ ଛତିଶଗଡ଼ର ଇନ୍ଦ୍ରାବତୀ ନିକଟରେ ପୋଲିସ ସହ ଗୁଳି ବିନିମୟ ଘଟଣା ଆଦିରେ ସଂପୃକ୍ତ ଥିବା ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ଆତ୍ମସମର୍ପଣ  ଓ ଥଇଥାନ ନୀତି ଅନୁଯାୟୀ ତାଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବିଏସ୍‌ଏଫ୍‌ର କମାଣ୍ଡାଣ୍ଟ ଅମରେନ୍ଦ୍ର କେ ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri