ଆନ୍ଧ୍ର ବିଧାୟକଙ୍କୁ ହତ୍ୟା ଘଟଣା: ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ମାଲକାନଗିରି,୧୨।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ବୁଧବାର ଜଣେ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଜିପ୍ରୋ ହବିକା ଓ ତାଙ୍କ ଘର କୋରାପୁଟ ଜିଲାର ନାରାୟଣପାଟଣା ଥାନା ଅନ୍ତର୍ଗତ ଖାଜାଗୁଡ଼ା ଗ୍ରାମର। ତାଙ୍କ ନାମରେ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ। ଗତ ୨୫ ତାରିଖ ରାତିରେ ୨୫ରୁ ଊର୍ଦ୍ଧ୍ୱ ମାଓବାଦୀ ସ୍ବାଭିମାନ ଅଞ୍ଚଳଳର ଜୁନ୍ତରାଇ ଗ୍ରାମକୁ ଯାଇ ଲୋକଙ୍କୁ ସ୍ବାଭିମାନ ଅଞ୍ଚଳର ରାସ୍ତାଘାଟ ସହ ବିକାଶମୂଳକ କାର୍ଯ୍ୟକୁ ସମର୍ଥନ ଦେଉଥିବାରୁ ଧମକ ଦେଇ କିଛି ବ୍ୟକ୍ତିଙ୍କୁ ମାଡ଼ ମାରିବା ସହ ଗୁଳିଚାଳନା କରିଥିଲେ। ଏଥିରେ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ପଥର ଓ ଢେଲାମାଡ କରିଥିଲେ। ଉଭୟ ଗୁରୁତର ହେବା ପରେ ସେମାନଙ୍କୁ କାବୁ କରିବାକୁ ଯାଇ ହାତଗାଡ଼ ବାନ୍ଧି ଦେଇଥିଲେ। ତେବେ ଗ୍ରାମବାସୀଙ୍କ ମାଡ଼ରେ ଗଙ୍ଗା ମାଡ଼ି ନାମକ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜିପ୍ରୋ ଗୁରୁତର ହୋଇଥିଲେ। ପରେ ପୋଲିସ ତାଙ୍କୁ ଚିକିସତ୍ାଳୟରେ ଭର୍ତ୍ତି କରାଇଥିଲା। ଚିକିତ୍ସା ପରେ ସେ ସୁସ୍ଥ ହୋଇଛନ୍ତି। ତେବେ ପୂର୍ବରୁ ମାଓବାଦୀମାନେ ବିକାଶକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ବିପକ୍ଷରେ ସ୍ବରଉତ୍ତୋଳନ କରୁଥିଲେ। କିନ୍ତୁ ବର୍ତ୍ତମାନ ସ୍ବାଭିମାନ ଅଞ୍ଚଳର ଗ୍ରାମବାସୀ ବିକାଶ ଚାହଁୁଥିବା ବେଳେ ମାଓବାଦୀ ସଂଗଠନ ବିକାଶକୁ ବିରୋଧ କରୁଛନ୍ତି। ଏହି ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ସେ ଆମତ୍ସମର୍ପଣ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ ବୋଲି ଆରକ୍ଷୀ ଅଧୀକ୍ଷକ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ସେ ଆନ୍ଧ୍ରପ୍ରଦେଶର ଆରକୁଭେଲି ନିକଟରେ ବିଧାୟକ କେ.ଏସ.ରାଓ ଓ ପୂର୍ବତନ ବିଧାୟକ ସିଭେରୀ ସୋମାଙ୍କୁ ହତ୍ୟା କରିବା ସହ ପାଡୁଆ ନିକଟରେ ଗୁଳି ବିିନିମୟ ଓ ଛତିଶଗଡ଼ର ଇନ୍ଦ୍ରାବତୀ ନିକଟରେ ପୋଲିସ ସହ ଗୁଳି ବିନିମୟ ଘଟଣା ଆଦିରେ ସଂପୃକ୍ତ ଥିବା ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ଆତ୍ମସମର୍ପଣ  ଓ ଥଇଥାନ ନୀତି ଅନୁଯାୟୀ ତାଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବିଏସ୍‌ଏଫ୍‌ର କମାଣ୍ଡାଣ୍ଟ ଅମରେନ୍ଦ୍ର କେ ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri