ଆନ୍ନାକୋଣ୍ଡାର ସ୍ବାସ୍ଥ୍ୟାବସ୍ଥା ପରଖିଲେ ମାଡ୍ରାସ ଚିକିତ୍ସକ

ବାରଙ୍ଗ,୩ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ନୂଆ ଅତିଥି ଭାବେ ଆସିଥିବା ଦୁଇଟି ଆନ୍ନକୋଣ୍ଡାର ମୃତ୍ୟୁ ଘଟଣାକୁ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଏ ନେଇ ସୋମବାର ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କ ଟ୍ରଷ୍ଟରୁ ସହକାରୀ ନିର୍ଦ୍ଦେଶକ ତଥା କୁମ୍ଭୀର ବିଶେଷଜ୍ଞ ଡ.ଅଜୟ କାର୍ତ୍ତିକେୟ ଓ ଡା. ରୁବିନାକୁ ନେଇ ଗଠିତ ଦୁଇଜଣିଆ ଟିମ ନନ୍ଦନକାନନକୁ ଆସିଥିଲେ। ଏହି ଟିମ ସରୀସୃପ ଉଦ୍ୟାନର ୪୫କେ ରହୁଥିବା ଆନ୍ନାକୋଣ୍ଡାକୁ ଦେଖିବା ସହ ସଂକ୍ରମଣରେ ଆକ୍ରାନ୍ତ ଥିବା ୪ଟି ଆନ୍ନାକୋଣ୍ଡାର ସ୍ବାସ୍ଥ୍ୟାବସ୍ଥା ଓ ଚିକିତ୍ସା ପ୍ରଣାଳୀ ବିଷୟରେ ତର୍ଜମା କରିଥିଲେ। ପରେ ସେମାନେ ୬ଟି ଆନ୍ନାକୋଣ୍ଡାର ଭବିଷ୍ୟତକୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ବିଭିନ୍ନ ପରାମର୍ଶ ଦେଇଥିଲେ। ଅପରପକ୍ଷେ ନନ୍ଦନକାନନ ପକ୍ଷରୁ ସୋମବାର ଆନ୍ନକୋଣ୍ଡା ରହୁଥିବା ପେଟି ଭିତରେ ଲାଇଟ ଲଗାଯାଇଛି। ପୁନର୍ବାର ତାପମାତ୍ରା ନିୟନ୍ତ୍ରଣ କରିବା ଶକ୍ତି ଓ ଆନୁସଙ୍ଗିକ ବ୍ୟବସ୍ଥା ଥାଇ ଏକ ପେଟି ନିର୍ମାଣ କରାଯିବ। ଅସୁସ୍ଥ ଥିବା ଆନ୍ନାକୋଣ୍ଡା ସ୍ବାସ୍ଥ୍ୟରେ ସୁଧାର ଆସୁଥିବାବେଳେ ପୂର୍ଣ୍ଣ ରୂପେ ଠିକ ନ ହେବା ପର୍ଯ୍ୟନ୍ତ ଏହାକୁ ଦେଖିବାରେ ପର୍ଯ୍ୟଟକ ବଞ୍ଚତ୍ତ ରହିବେ ବୋଲି ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ କହିଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ହଠାତ ଦୁଇଟି ଆନ୍ନାକୋଣ୍ଡାର ମୃତ୍ୟୁ ହୋଇଥିଲା। କିନ୍ତୁ ପରେ ଏହା କୌଣସି ଏକ ସଂକମ୍ରଣ ରୋଗରୁ ହୋଇଥିବା ଜଣାପଡିବା ପରେ ଆଉ ୪ଜଣ ଅସୁସ୍ଥ ହୋଇପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri