ଆପଣମାନେ ଖୁସି ତ, ମୁଁ ବି ଖୁସି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। କଂଗ୍ରେସ ଦଳ ନେତା ତାରାପ୍ରସାଦ ବାହିନୀପତିଙ୍କ ଏହି ଡାଇଲଗ୍‌କୁ ନେଇ ବୁଧବାର ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ବିଧାନସଭାରେ ଏକ ହାସ୍ୟରୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା।
ଷୋଡ଼ଶ ବିଧାନସଭା ଦ୍ୱିତୀୟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିବସ ଥିବାରୁ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ବେଶ୍‌ ଉତ୍ସାହିତ ଏବଂ ଫ୍ରେଶ୍‌ ଜଣାପଡ଼ୁଥିଲେ। ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ସଦସ୍ୟମାନେ ନିଜ ସିଟ୍‌ରେ ବସି ପରସ୍ପର ଆଲୋଚନାରେ ମାତିଥିଲେ। କଂଗ୍ରେସ ସଦସ୍ୟ ତାରାପ୍ରସାଦ ବାହିନୀପତି ଗୃହକୁ ପ୍ରବେଶ କରିବା ମାତ୍ରେ ଏକ ଭିନ୍ନ ପରିବେଶ ସୃଷ୍ଟି ହୋଇଥିଲା। ସେ ତାଙ୍କ ଢଙ୍ଗରେ ଶାସକ ଦଳର ସଦସ୍ୟ ଏବଂ ମନ୍ତ୍ରୀମାନଙ୍କୁ ହାତ ହଲାଇ ନମସ୍କାର ଜଣାଇବା ସହ ବ୍ୟଙ୍ଗ କରିଥିଲେ। ଶାସକଦଳ ସଦସ୍ୟଙ୍କୁ ଲକ୍ଷ୍ୟ କରି ସେ କହିଥିଲେ ଆପଣମାନେ ଖୁସି ତ। ମୁଁ ବି ବହୁତ ଖୁସି। ଏଭଳି ଢଙ୍ଗରେ କହୁଥିବାବେଳେ ୧୦ଟା ୫୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହକୁ ପ୍ରବେଶ କରିଥିଲେ। ମୁଖ୍ୟମନ୍ତ୍ରୀ ସଦସ୍ୟମାନଙ୍କୁ ନମସ୍କାର କରୁଥିବାବେଳେ ତାରା ତାଙ୍କୁ ଲକ୍ଷ୍ୟ କରି କହିଲେ, ସାର୍‌। ଆପଣ ଖୁସି ତ। ମୁଖ୍ୟମନ୍ତ୍ରୀ ସ୍ମିତ ହାସ୍ୟଦେଇ କହିଥିଲେ, ମୁଁ ବହୁତ ଖୁସି। ମୁଖ୍ୟମନ୍ତ୍ରୀଙ୍କଠାରୁ ଏଭଳି ପ୍ରତିକ୍ରିୟା ଦେଖି ଶାସକ ଦଳର ସଦସ୍ୟମାନେ ତାଳିମାରି ସ୍ବାଗତ କରିଥିଲେ। ଏହାକୁ ନେଇ ଗୃହରେ ଏକ ହାସ୍ୟରୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri