ଆପ୍‌ନେ ଆରପାରେ: ୩ ଝି’ର ଭବିଷତ୍‌ ଚିନ୍‌ତାରେ ପୁଷ୍ପକାନ୍ତି

 

ଅତାବିରା, ୨୧।୧ (ଡି.ଏନ୍‌.ଏ.)-
ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ବିଶିପାଲି ଗଁାର ନିସାହା ବିଧବା ମହିଲା ପୁଷ୍ପକାନ୍ତି ଝାଙ୍କର(୩୦)। ଆପ୍‌ନେ ପ୍ରଶାନ୍ତ ଝାଙ୍କରକୁଁ ଦିନାକେତେ ତଲେ ହରେଇଛନ୍‌। ଏନ୍‌ତାଥି ପୁଷ୍ପକାନ୍ତି ୩ ଝି’ର ଭବିଷତ୍‌ ଚିନ୍‌ତାରେ ଭାଂଗି ପଡ଼ିଛନ୍‌।
ସୂଚନା ଅନ୍‌ସାରେ ବିଶିପାଲି ଗଁାର ବିଧବା ମହିଲା ପୁଷ୍ପକାନ୍ତିକଁର ପରିବାର କହେଲେ ଝି’ ଜେମାଦେଇ (୧୪), ଲିପସା (୧୧) ଆର ଓ ନିତିଶା (୧)କୁଁ ନେଇ ସଁସାର। ଆପ୍‌ନେ ପ୍ରଶାନ୍ତ ଝାଙ୍କର ଗଲା ୧୬ ତାରିଖ କେହେନ୍‌ସି କାରନ୍‌ରୁ ଆରପାରକେ ଚାଲିଯାଇଛନ୍‌। ପରିବାରଟା ଗରିବ୍‌ ହେଇଥିଲାବେଲେ ଜମିବାଡ଼ି ଦୁଇ ଟୁକ୍‌ରି ଅଛେ। ହେଲେ ସେଟା ବି ଭିନେ ଭିନେ ସମିଆରେ ଅଭାବ ଅନାଟନ ଲାଗି ପ୍ରଶାନ୍ତ ବଁଧକ୍‌ ପକେଇଛନ୍‌। ପ୍ରଶାନ୍ତ କୁଲି ମଜୁରି କରି ଜାହା ରୁଜ୍‌ଗାର କରୁଥିଲେ ସେଥ୍‌ରେ ପରିବାର ଚଲବାର ସଂଗେ ଝି’ମାନକର ପାଠ୍‌ପଢ଼ା ଖରଚ୍‌ ତୁଲଉଥିଲେ। ଏହେଦେ ତାକର ଦୁଇ ଝି’ ଜେମାଦେଇ ଆର ଲିପସା ବରଗଡ଼ ବରଡ଼ୋଲ ଆଶ୍ରମ ସ୍କୁଲରେ ପାଠ୍‌ ପଢ଼ୁଛନ୍‌। ହେଲେ ପ୍ରଶାନ୍ତକଁର ଚାଲିଯିବାର ଉତାରୁ ଝି’ମାନକର କଥା କିଏ ବୁଝ୍‌ବା, ସେମାନକର ଭବିଷତ୍‌ କାଣା ହେବା ଇ ସବୁ କଥା ଭାଲି ପୁଷ୍ପକାନ୍ତି ଭାଂଗି ପଡ଼ିଛନ୍‌। ସେନ୍‌ତା ପ୍ରଶାନ୍ତକଁର ନଁାରେ ଗୁଟେ ଆବାସ ଘର ମିଲିଛେ। ହେଲେ ସେଟା ବି ଅଧ୍‌ପନ୍‌ତରିଆ ହେଇ ପଡ଼ିଛେ ବଲି ପୁଷ୍ପକାନ୍ତି କହିଛନ୍‌। ଜିଲା ଆର ଥାନୀଅ ପରଶାସନ ଇ ଦୁଖି ପରିବାର ଉପରେ ଦୁରୁଷ୍‌ଟି ଦେଇ ସରକାରୀ ସାହାଯ୍‌ ସଂଗେ ଛୁଆକର ପାଠ୍‌ପଢ଼ା ବେବସ୍‌ତା କରବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri