Posted inଖେଳ

ଆଫଗାନିସ୍ତାନଠାରୁ ହାରିଲା ପାକିସ୍ତାନ

ବ୍ରିଷ୍ଟଲ, ୨୫।୫(ପି.ଟି.)-ଚଳିତମାସ ୩୦ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱକପ ପୂର୍ବରୁ ପାକିସ୍ତାନ ଦଳକୁ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଅନୁଷ୍ଠିତ ଓ୍ବାର୍ମଅପ୍‌ ମ୍ୟାଚରେ ଏହି ଦଳ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନଠାରୁ ହାରି ଯାଇଛି। ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ବାବର ଆଜମ(୧୧୨ ରନ)ଙ୍କ ଶତକ ସତ୍ତ୍ୱେ ୪୭.୫ ଓଭରରେ ୨୬୨ ରନ କରି ଅଲଆଉଟ ହୋଇ ଯାଇଥିଲା। ଅନମାନଙ୍କ ମଧ୍ୟରେ ସୋଏବ ମଲିକ ୪୪ ଓ ଇମାମ ଉଲ୍‌ ହକ୍‌ ୩୨ ରନ କରିଥିଲେ। ଆଫଗାନିସ୍ତାନ ବୋଲରଙ୍କ ମଧ୍ୟରେ ମହମ୍ମଦ ନାବି ୩ଟି, ଦୌଲତ ଜଡ୍ରାନ ଓ ରଶିଦ ଖାଁ ୨ଟି ଲେଖାଏ ଏବଂ ହମିଦ ହାସନ ଓ ଅଫତାବ ଆଲାମ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଆଫଗାନିସ୍ତାନ ୪୯.୪ ଓଭରରେ ୭ ଉଇକେଟ ହରାଇ ଆବଶ୍ୟକ ୨୬୩ ରନ ସଂଗ୍ରହ କରି ନେଇଥିଲା। ଯୁବ ବ୍ୟାଟ୍ସମ୍ୟାନ ହଶମାତୁଲ୍ଲା ଶାହିଦ ୭୪ ରନରେ ଅପରାଜିତ ରହି ଆଫଗାନିସ୍ତାନ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ହଜରାତୁଲ୍ଲା ଜାଜାଇ ୪୯, ମହମ୍ମଦ ନବି ୩୪, ରହମଦ ଶାହ ୩୨ ରନ କରିଥିଲେ। ପାକିସ୍ତାନ ପକ୍ଷରୁ ଓ୍ବାହାବ ରିଆଜ ୩ଟି, ଇମାନ ଓ୍ବାସିମ ୨ଟି ଏବଂ ଶାଦବ ଖଁା ଓ ମହମଦ ହାସନେନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ମ୍ୟାଚରେ ଆଫଗାନିସ୍ତାନ ୩ ଉଇକେଟରେ ବିଜୟ ସହ ବିଶ୍ୱକପ ପାଇଁ ଓ୍ବାର୍ମଅପ୍‌ ହୋଇଛି। ଅନ୍ୟଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକା(୩୩୮/୭) ୮୭ ରନରେ ଶ୍ରୀଲଙ୍କା(୨୫୧/ଅଲଆଉଟ)କୁ ହରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri