Posted inଖେଳ

ଆଫଗାନିସ୍ତାନ ସ୍ଥିତି ଦୃଢ଼

ଚିଟାଗଙ୍ଗ,୬।୯- ସ୍ଥାନୀୟ ଜାହୁର ଅହମ୍ମଦ ଚୌଧାରୀ ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଆଫଗାନିସ୍ତାନ ଦଳ ଦୃଢ଼ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ଆଫଗାନିସ୍ତାନ ୩୪୨ ରନ୍‌ କରିଥିବାବେଳେ ବାଂଲାଦେଶ ୮ ଉଇକେଟ ହରାଇ ୧୯୪ ରନ୍‌ କରିଛି। ଘରୋଇ ଦଳକୁ ଇନିଂସ ଅଗ୍ରଣୀ ପାଇଁ ବଳକା ଦୁଇ ଉଇକେଟରେ ୧୪୮ ରନ୍‌ ଦରକାର।
ଆଫଗାନିସ୍ତାନ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୫/୨୭୧ରୁ ଆରମ୍ଭ କରି ୭୧ ରନ୍‌ ମଧ୍ୟରେ ଅବଶିଷ୍ଟ ୫ ଉଇକେଟ ହରାଇଥିଲା। ୮୮ ରନ୍‌ କରି ଅପରାଜିତ ଥିବା ଅସଘର ଆଫଗାନ ବ୍ୟକ୍ତିଗତ ସ୍କୋରରେ ୪ ରନ୍‌ ଯୋଡ଼ିବାକୁ ସକ୍ଷମ ହୋଇଥିଲେ। ୯୨ ରନ୍‌ କରି ଆଫଗାନ ପ୍ୟାଭେଲିଅନ ଫେରିଥିଲେ। ଅଫସର ଜଜାଇ ୪୧ ଓ ଅଧିନାୟକ ରସିଦ ଖାନ୍‌ ୫୧ ରନ୍‌ର ଇନିଂସ ବଳରେ ଆଫଗାନିସ୍ତାନ ୩୪୨ ରନ୍‌ କରିପାରିଥିଲା। ଏହାପରେ ଇନିଂସ ଆରମ୍ଭ କରିଥିବା ଘରୋଇ ଦଳ ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଫଳରେ ଦ୍ୱିତୀୟ ଦିବସ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୮ ଉଇକେଟ ବିନିମୟରେ ୧୯୪ ରନ୍‌ କରିବାକୁ ସକ୍ଷମ ହୋଇଛି। ଦଳ ପାଇଁ ମୋମିନୁଲ ହକ୍‌ ୫୨ ଓ ଲିଟନ ଦାସ ୪୪ ରନ୍‌ କରିଥିଲେ। ଷ୍ଟମ୍ପ ଅପସାରଣ ବେଳକୁ ମୋସଦ୍ଦାକ ହୋସେନ ୪୪ ଓ ତାଇଜୁଲ ଇସଲାମ ୧୪ ରନ୍‌ କରି ଅପରାଜିତ ଅଛନ୍ତି। ଭ୍ରମଣକାରୀ ବାଂଲାଦେଶ ଦଳ ପାଇଁ ଅଧିନାୟକ ରସିଦ ୪ ଓ ମହମ୍ମଦ ନବି ୨ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri