ଆବଦ୍ଧାଞ୍ଚଳରେ ଭ୍ରାମ୍ୟମାଣ ଏଟିଏମ୍‌ ସେବା

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ସହରର ନେଳିଆବାଗ ଅଞ୍ଚଳରେ ଗତ ୧୮ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ପକ୍ଷରୁ ଆବଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଉକ୍ତ ସଂକ୍ରମିତଙ୍କ ସଂସ୍ପର୍ଶରେ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏହାକୁ ନଜରରେ ରଖି ଆସନ୍ତା ମେ’ ୨ ତାରିଖ ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳରେ ଆବଦ୍ଧାଞ୍ଚଳ ଜାରି ରହିଛି। ଉକ୍ତ ଅଞ୍ଚଳରେ ପ୍ରାୟ ୧ହଜାର ପରିବାର ଲୋକଙ୍କ ପାଇଁ ମ୍ୟୁନିସିପାଲିଟି ପକ୍ଷରୁ ପରିବା, କ୍ଷୀର, ଔଷଧ, ମାଛ, ମାଂସ, ଗ୍ରସେରୀ ଓ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଯାଉଛି। ମଙ୍ଗଳବାର ଅପରାହ୍ନ ସମୟରେ ଆକ୍ସିସ ବ୍ୟାଙ୍କର ଏକ ମୋବାଇଲ୍‌ ଏଟିଏମ୍‌ ସେବା ସାମାଜିକ ଦୂରତା ଏବଂ ସାନିଟାଇଜର ବ୍ୟବହାର କରାଯାଇ ଯୋଗାଇ ଦିଆଯାଇଛି। ଏହି ସେବା ଦ୍ୱାରା ଲୋକମାନେ ଏଟିଏମ୍‌ରୁ ଟଙ୍କା ଉଠାଇଥିଲେ। କାର୍ଯ୍ୟକ୍ରମରେ ପୌରାଞ୍ଚଳ ଅଧିକାରୀ ପ୍ରଣୟ ଜେନା, ଆକ୍ସିସ୍‌ ବ୍ୟାଙ୍କର ଏଲ୍‌ଡିଏମ୍‌ ସୁଦୀପ ଡାକୁଆ, ବ୍ରାଞ୍ଚ ମ୍ୟାନେଜର ଉପଗୁପ୍ତା ମିଶ୍ର, ମ୍ୟାନେଜର ବିରଞ୍ଚତ୍ ନାୟକ ଓ ବିକାଶ ପ୍ରହରାଜ ପ୍ରମୁଖ ଉପସ୍ଥିତ ରହି ସେବାରେ ସହଯୋଗ କରିଥିଲେ।

୬-ବାଲେଶ୍ୱର-ମଙ୍ଗଳବାର-
ଭ୍ରାମ୍ୟମାଣ ଏଟିଏମ୍‌ ସେବା।


Enter your email to get our daily news in your inbox.

All Right Reserved By Dharitri.Com

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?