ଆବଦ୍ଧ ଅଞ୍ଚଳର ଦୈନିକ ୫୦ ପ୍ରତିଶତ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେଉଛି

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରରେ ୩୪ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂର୍ଯ୍ୟନଗର, ବମିଖାଲ, ସତ୍ୟନଗର, ସୁନ୍ଦରପଦା ଓ ଯଦୁପୁର ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା ସହ ସିଲ୍‌ କରାଯାଇଛି। ଏଥିସହ କେନ୍ଦ୍ରିୟ ଗୋଇନ୍ଦା ବ୍ୟୁରୋ ଓ କର୍ମଚାରୀ କଲୋନୀକୁ ମଧ୍ୟ ସିଲ୍‌ କରିଦିଆଯାଇଛି। ଏସବୁ ସିଲ୍‌ ଅଞ୍ଚଳରେ ବିଏମ୍‌ସି ଦ୍ୱାରା ନିୟୋଜିତ ମେଡିକାଲ ଟିମ୍‌ ଦୈନିକ ସର୍ବନିମ୍ନ ୫୦% ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରୁଛି। ଯାହାର ସ୍ବାସ୍ଥ୍ୟାବସ୍ଥା ଖରାପ ରହୁଛି ସଙ୍ଗେ ସଙ୍ଗେ ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ଏସବୁ ଅଞ୍ଚଳରେ ମୋଟ ୯୦୫୫ ପରିବାର ବସବାସ କରୁଥିବାବେଳେ ବର୍ତ୍ତମାନ ସୁଦ୍ଧା ସୂର୍ଯ୍ୟନଗର, ବମିଖାଲ, ଆଇବି କଲୋନୀ, ସୁନ୍ଦରପଦା ଓ ଯଦୁପୁରର ପାଖାପାଖି ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସରିଛି। ପୁର୍ନବାର ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଏଥିସହ ସତ୍ୟନଗରରେ ବୁଧବାରଠାରୁ ଘରକୁ ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ୨୫ଶହ ନମୁନା ସଂଗ୍ରହ କରାଯାଇଥିବା କମିଶନର ଚୌଧାରୀ କହିଛନ୍ତି। ବୁଧବାର ୪ହଜାରରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବାବେଳେ ଏଥିମଧ୍ୟରେ ଆଜାଦନଗରରୁ ୪୩୦, ବମିଖାଲରୁ ୨୭୭୭ ଓ ଆଇବି କଲୋନୀରୁ ୧୦୭ ନମୁନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri