ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ ବିଦ୍ୟାଳୟ ବନ୍ଦ କଲା ପ୍ରଶାସନ

କଣ୍ଟାପଡ଼ା,୧୮।୯(ଡି.ଏନ୍‌.ଏ.): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ନିୟମ ଅନୁଯାୟୀ ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ କଣ୍ଟାପଡା ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟକୁ ମନମୁଖି ଭାବେ ବନ୍ଦ କରିଦିଆଯାଇଛି। ଏ ନେଇ ବୁଧବାର କଟକ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି।
ଅଭିଯୋଗ ଅନୁଯାୟୀ, କଣ୍ଟାପଡ଼ା ବ୍ଲକ ବାଗଲପୁର ପଞ୍ଚାୟତସ୍ଥିତ ଖଣ୍ଡିଆରୀପୁର ଗ୍ରାମରେ ଏକ ପ୍ରାଥମିକ ବିଦ୍ୟାଳୟ ରହିଛି। ଗଣଶିକ୍ଷା ବିଭାଗ ନିୟମ ଅନୁସାରେ, ଉକ୍ତ ବିଦ୍ୟାଳୟରେ ୧୦ରୁ ଊର୍ଦ୍ଧ୍ୱ ଉପସ୍ଥାନ ନ ଥିବାରୁ ଗତ ୨୪ା୬ା୨୦୧୯ରେ କଣ୍ଟାପଡ଼ା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଚିଠି ନଂ.୬୭୦ରେ ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦେବା ପାଇଁ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଘଟଣା ଜଣାପଡ଼ିବା ପରେ ଖଣ୍ଡିଆରୀପୁର ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲ। ଏ ସମ୍ପର୍କରେ ସବିଶେଷ ତଥ୍ୟ ଜାଣିବା ପାଇଁ ଉକ୍ତ ଗ୍ରାମର ଜଣେ ବ୍ୟକ୍ତି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ମାଗିବା ପରେ ବିଦ୍ୟାଳୟରେ ୧୨ ଛାତ୍ରୀଛାତ୍ର ପଢ଼ୁଥିବା ଜଣାପଡ଼ିଥିଲା।
ସୂଚନା ଅଧିକାର ତଥ୍ୟ ଅନୁଯାୟୀ, ବିଦ୍ୟାଳୟର ପ୍ରଥମ ଶ୍ରେଣୀରେ ୩ ଜଣ ଛାତ୍ର ଥିବାବେଳେ ତୃତୀୟରେ ୨, ଚତୁର୍ଥରେ ୬, ପଞ୍ଚମରେ ଜଣେ ପଢ଼ୁଥିବା ଜଣାପଡିଥିଲା। ଫଳରେ ଏହାକୁ ନେଇ ବ୍ଲକ ଶିକ୍ଷାଧିକାରୀଙ୍କ ନିଷ୍ପତ୍ତି ଉପରେ ସନ୍ଦେହ ସୃଷ୍ଟି ହୋଇଛି। ଏ ସମ୍ପର୍କରେ କଣ୍ଟାପଡ଼ା ବ୍ଲକ ଶିକ୍ଷାଧିକାରୀ ଦେବେନ୍ଦ୍ର ବାରିକ କୁହନ୍ତି, ସୂଚନା ଦେବା ପୂର୍ବରୁ ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?