ଆବାସ ପାଇଁ ଧାରଣା

ପରଜଙ୍ଗ, ୧୧।୨(ଡି.ଏନ.ଏ.)

ଆବାସ ଯୋଜନା କେଳେଙ୍କାରୀକୁ ନେଇ ଚର୍ଚ୍ଚାରେ ରହିଛି ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ। ସରକାରୀ ଅଧିକାରୀଙ୍କୁ ହାତ କରି ସ୍ବଚ୍ଛଳ ପରିବାର ହାତେଇ ନେଇଛନ୍ତି ଗୃହ ନିର୍ମାଣ କାର୍ଯ୍ୟାଦେଶ। ବ୍ଲକର ଅନେକ ପଞ୍ଚାୟତରେ ଏପରି ଅଭିଯୋଗ ପ୍ରଶାସନକୁ ଅକଳରେ ପକାଇଛି। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି। ହେଲେ ଏମିତି କିଛି ପରିବାର ଅଛନ୍ତି, ଯେଉଁମାନଙ୍କ ପାଖରେ ମୁଣ୍ଡ ଗୁଞ୍ଜିବା ଲାଗି ବଖରାଏ ଘର ନାହିଁ। ସେମାନେ ପରିବାର ସହ ଦୁଃଖକଷ୍ଟରେ ଦିନ କାଟୁଛନ୍ତି। ଯୋଗ୍ୟତା ଥାଇ ଆବାସ ଯୋଜନାରୁ ବାଦ୍‌ ପଡ଼ିଥିବା ଏପରି ଜଣେ ବ୍ୟକ୍ତି ହେଲେ କନ୍ତରୁ ପଞ୍ଚାୟତର ଅଙ୍ଗଦ ବେହେରା। ଏହାର ପ୍ରତିବାଦରେ ସେ ନିଜର ଦୃଷ୍ଟିବାଧିତ ସ୍ତ୍ରୀ ଅମୃତି ଏବଂ ଦୁଇ ଝିଅପୁଅଙ୍କୁ ନେଇ ସୋମବାର ଜନଶୁଣାଣି ଶିବିର ଚାଲିଥିବାବେଳେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି। ଅଙ୍ଗଦଙ୍କ ଏପରି ପ୍ରତିବାଦ ପରେ ତହସିଲ ପ୍ରଶାସନ ପକ୍ଷରୁ ତାଙ୍କୁ ତୁରନ୍ତ ପଲିଥିନ ଯୋଗାଇ ଦିଆଯାଇଛି। ଏଥିସହ ଖୁବ୍‌ଶୀଘ୍ର ତାଙ୍କୁ ଆବାସ ଯୋଜନାରେ ତାଲିକାଭୁକ୍ତ କରିବାକୁ ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି। ଅଙ୍ଗଦଙ୍କ କହିବା କଥା, ସେ ରହୁଥିବା ଘର ଭାଙ୍ଗିରୁଜି ଯାଇଛି। ମରାମତି କରିବାକୁ ସମ୍ବଳ ନାହିଁ। ଖରା, ବର୍ଷା, ଶୀତରେ ସ୍ତ୍ରୀ ଏବଂ ଦୁଇ ପିଲାଙ୍କୁ ନେଇ ସେ ବଡ଼ କଷ୍ଟରେ ରହୁଛନ୍ତି। ଗୁହାରି କରିବା ସତ୍ତ୍ୱେ ତାଙ୍କ ପ୍ରତି କେହି ସଦୟ ହେଉନାହାନ୍ତି। ଏହାର ପ୍ରତିବାଦରେ ସେ ପରିବାର ସହ ଧାରଣା ଦେଇଥିବା କହିଛନ୍ତି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶରେ ତାହସିଲଦାର ଜୟନ୍ତ କୁମାର ଜୟସିଂ ଅଙ୍ଗଦଙ୍କୁ ପଲିଥିନ ଯୋଗାଇ ଦେଇଛନ୍ତି। ଖୁବ୍‌ଶୀଘ୍ର ଅଙ୍ଗଦଙ୍କ ପରିବାରକୁ ଆବାସ ଯୋଜନାରେ ସାମିଲ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri