ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)-
କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ବୌଦ୍ଧ ଜିଲା ସଦର ବ୍ଲକରେ ଇ ଯୋଜନା ବାଟ୍‌ବନା ହେଇଥିବାର ଅଭିଯୋଗ ହେଉଛେ।
ସୂଚନା ଅନ୍‌ସାରେ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଁଚେତ୍‌ ମନ୍ଦିର ସାହିର ଶମ୍ଭୁ ନାଏକକଁର ଝି’ ବାସନ୍ତୀ ନାଏକ(୩୮)। ଆଏଜ୍‌କେ ୨୦ ବଛର ତଲେ ସେ ଇ ପଁଚେତ୍‌ ଅଧୀନ ଡୁମ୍ବୁରିବେଡ଼ା ଗଁାରେ ବିହା ହେଇଥିଲେ। ବିହାର ମାସକେତେ ଉତାରୁ ବାସନ୍ତୀକଁର ମାନ୍‌ସିକ ଥିତି ଠିକ୍‌ ନାଇଁ ରହିଲା। ଏନ୍‌ତାଥି ପରିବାର ତରଫୁ ସମାଜର ବଇଠକ୍‌ ଡାକି ବାସନ୍ତୀକଁର ଛାଡ଼ପତର କରାଯାଇଥିଲା। ସେ ଦିନ୍‌ଠାନୁ ଆଏଜ୍‌କେ ୧୮ ବଛର ହେଲା ବାସନ୍ତୀ ବାପ୍‌ ଘରେ ଆଶ୍‌ରେ ନେଇଛନ୍‌। ମାନ୍‌ସିକ ଥିତି ବିଗିଡ଼ି ଯିବାର ଲାଗି ଏହେଦେ ବାସନ୍ତୀ ଦିବ୍ୟାଙ୍ଗ ଜୀବନ୍‌ ବିତଉଛନ୍‌। ଇଆଡ଼େ ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଶମ୍ଭୁ କୁଲିମଜୁରି କରି କୁଟୁମ୍‌ ପୁଷୁଛନ୍‌। ପରିବାରକେ ସରକାରୀ ଯୋଜନାରେ ମାସିକ ୧୫ କେ.ଜି. ଚାଉଲ ଆର ୧୫ଶହ ଟଁକା ଭତା ମିଲୁଛେ। ହେଲେ ଶମ୍ଭୁ ଦିବ୍ୟାଙ୍ଗ ଝି’କେ ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ଥାନୀଅ ସରପଁଚ୍‌ନୁ ବିଡିଓ ତକ୍‌ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ବୌଦ୍ଧ ବିଡିଓ ସନ୍ତୋଷ କୁମାର ଜାନୀକୁଁ ପଚ୍‌ରାଲାରୁ ଯଦି ଓ୍ବେଟିଂ ଲିଷ୍ଟରେ ତାକର ନଁା ଥିବା ତାହାକୁ ଘର ଯୁଗେଇ ଦେବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri