ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)-
କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ବୌଦ୍ଧ ଜିଲା ସଦର ବ୍ଲକରେ ଇ ଯୋଜନା ବାଟ୍‌ବନା ହେଇଥିବାର ଅଭିଯୋଗ ହେଉଛେ।
ସୂଚନା ଅନ୍‌ସାରେ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଁଚେତ୍‌ ମନ୍ଦିର ସାହିର ଶମ୍ଭୁ ନାଏକକଁର ଝି’ ବାସନ୍ତୀ ନାଏକ(୩୮)। ଆଏଜ୍‌କେ ୨୦ ବଛର ତଲେ ସେ ଇ ପଁଚେତ୍‌ ଅଧୀନ ଡୁମ୍ବୁରିବେଡ଼ା ଗଁାରେ ବିହା ହେଇଥିଲେ। ବିହାର ମାସକେତେ ଉତାରୁ ବାସନ୍ତୀକଁର ମାନ୍‌ସିକ ଥିତି ଠିକ୍‌ ନାଇଁ ରହିଲା। ଏନ୍‌ତାଥି ପରିବାର ତରଫୁ ସମାଜର ବଇଠକ୍‌ ଡାକି ବାସନ୍ତୀକଁର ଛାଡ଼ପତର କରାଯାଇଥିଲା। ସେ ଦିନ୍‌ଠାନୁ ଆଏଜ୍‌କେ ୧୮ ବଛର ହେଲା ବାସନ୍ତୀ ବାପ୍‌ ଘରେ ଆଶ୍‌ରେ ନେଇଛନ୍‌। ମାନ୍‌ସିକ ଥିତି ବିଗିଡ଼ି ଯିବାର ଲାଗି ଏହେଦେ ବାସନ୍ତୀ ଦିବ୍ୟାଙ୍ଗ ଜୀବନ୍‌ ବିତଉଛନ୍‌। ଇଆଡ଼େ ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଶମ୍ଭୁ କୁଲିମଜୁରି କରି କୁଟୁମ୍‌ ପୁଷୁଛନ୍‌। ପରିବାରକେ ସରକାରୀ ଯୋଜନାରେ ମାସିକ ୧୫ କେ.ଜି. ଚାଉଲ ଆର ୧୫ଶହ ଟଁକା ଭତା ମିଲୁଛେ। ହେଲେ ଶମ୍ଭୁ ଦିବ୍ୟାଙ୍ଗ ଝି’କେ ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ଥାନୀଅ ସରପଁଚ୍‌ନୁ ବିଡିଓ ତକ୍‌ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ବୌଦ୍ଧ ବିଡିଓ ସନ୍ତୋଷ କୁମାର ଜାନୀକୁଁ ପଚ୍‌ରାଲାରୁ ଯଦି ଓ୍ବେଟିଂ ଲିଷ୍ଟରେ ତାକର ନଁା ଥିବା ତାହାକୁ ଘର ଯୁଗେଇ ଦେବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri