ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି :ବଛ୍‌ରେ ହେଲା ପରହର ଘରେ ମୁଡ଼ ଗୁଁଜିଛନ୍‌

 

ଅତାବିରା, ୧୦।୧୨ (ଡି.ଏନ.ଏ.)-
ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରକେ ଆବାସ ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଦାଇତିଅରେ ଥିବାର ଅଧ୍‌କାରୀ, କରମଚାରୀମାନକର ଖାମଖିଆଲି ମନଭାବ ଲାଗି ହକ୍‌ଦାର ହିତାଧିକାରୀ ଯୋଜନାରୁ ବଁଚିତ୍‌ ହେଉଥିବାର ଅଭିଯୋଗ ହେଉଛେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ। ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟଲି ପଁଚେତ୍‌ ସାଲନା ଗଁାରେ।
ସୂଚନା ଅନ୍‌ସାରେ ସାଲନା ଗଁାର ବୁରୁଧ୍‌ ଏ. ରୁଦ୍ରାୟା (୬୬)କଁର ପରିବାର କହେଲେ ମାଏକିନା ୱାଇ. ଇଶ୍ୱରୀ (୬୦) ଆର ନାତେନ୍‌ ବି. ଶ୍ରୁତି। ପରିବାରଟା ନିହାତି ଗରିବ୍‌, ଦୁଖ୍‌ସୁଖ କରି ଏ.ରୁଦ୍ରାୟା ନିଜର ୨ ଝି’କେ ବିହାଚୁରା କରିଛନ୍‌। ସେ ଗାଈ ପଟ୍‌ଦୁ ରଖିଛନ୍‌, କ୍ଷୀର ବିକି ପରିବାରର ତେଲନୁନ ଖରଚ୍‌ ତୁଲଉଛନ୍‌। ଇଆଡ଼େ ବଛ୍‌ରେ ତଲେ ବରଷାରେ ତାକର ଘରଟା ଭାଂଗି ଯାଇଛେ। ଏନ୍‌ତାଥି ବୁଢ଼ାବୁଢ଼ି ବଛ୍‌ରେ ହେଲା ପରହର ଘରେ ଆଶ୍‌ରେ ନେଇଛନ୍‌। ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ଏ.ରୁଦ୍ରାୟା ପଁଚେତ୍‌ନୁ ଜିଲା ପରଶାସନ ତକ୍‌ ଗୁହାରି କରି ନିରାଶ ହେଇଥିବାର ସେ କହିଛନ୍‌। ସେନ୍‌ତା ଯେନ୍‌ମାନକର ଘରଦୁଆର ଅଛେ, ଭଲରେ ଚଲୁଛନ୍‌ ସେମାନକୁ ସରକାରୀ ଯୋଜନାରେ ଘର ମିଲୁଛେ। ହେଲେ ଆମର ଲେଖେଁ ଗରିବ୍‌ଦୁଖି ଘର ଅଭାବୁ ଖରା, ବରଷା, ଶୀତ୍‌ କାକରରେ ଭିଜୁଥିଲେ ବି ଗୁହାରି କଲେ କେହି ନାଇଁ ଶୁନବାର ବଲି ସେ ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ଭେଡ଼େନ ବିଡିଓ ମୁରଲୀଧର ନାୟକକୁଁ ପଚରାଲାରୁ ଘଟନାର ତଦଁତ୍‌ କରି ପଦକ୍ଷେପ ନିଆଯିବା ବଲି ସେ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri