ଆବାସ ଯୋଜନାରୁ ବାଦ୍‌ ପଡିବା ଘଟଣା: ପୁନଃ ସର୍ଭେ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ

ଖଇରା, ୧୮।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ଆବାସ ଯୋଜନାରୁ ବଞ୍ଚିତ ୨୨୮ ପରିବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ଦିନ ଧରି ଧାରଣାରେ ବସି ରହିଥିଲେ ା ଶୁକ୍ରବାର ଅପରାହ୍ନରେ ବିଡିଓ ମହେଶ ଚୌଧୁରୀ, ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ, ପଞ୍ଚାୟତ ଅଧିକାରୀ ମାୟାଧର ମଲ୍ଲିକ, ନିର୍ବାହୀ ଅଧିକାରୀ ଅଶୋକ ପାତ୍ର ଘଟଣାସ୍ଥଳରେ ଆନ୍ଦୋଳନକାରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ମୁଖ୍ୟ ଦାବି ମଧ୍ୟରେ ଜଣେ ଦକ୍ଷ କର୍ମଚାରୀଙ୍କ ଦ୍ୱାରା ଆବାସ ଯୋଜନାରୁ ବାଦ୍‌ ପଡିଥିବା ପରିବାରଗୁଡିକୁ ପୁନଃ ସର୍ଭେ କରି ପଞ୍ଜିକୃତ କରିବା ଏବଂ ନିର୍ବାହୀ ଅଧିକାରୀଙ୍କୁ ବଦଳି କରିବା ଅନ୍ତର୍ଭୁକ୍ତ ରହିଥିଲା ା ଯାହାକୁ ଯଥା ସମ୍ଭବ ପୂରଣ ପାଇଁ ଅଧିକାରୀମାନେ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା ା
ନିକଟରେ ଆବାସ ଯୋଜନା ସର୍ଭେରେ ୫୩୦ ନାମ ତାଲିକାଭୁକ୍ତ ହୋଇଥିଲା। ଏଥିରୁ ମାତ୍ର ୩୦୨ଟି ପରିବାରର ନାମ ପଞ୍ଜିକରଣ ହେବା ବିଷୟ ଜଣାପଡିବା ପରେ ଏଥିପାଇଁ ପଞ୍ଚାୟତବାସୀ ନିର୍ବାହୀ ଅଧିକାରୀଙ୍କୁ ଦାୟୀ କରିଥିଲେ। ବାରମ୍ବାର ଦୌଡି ଅଧିକାରୀଙ୍କ ଦେଖା ନ ପାଇବା ତଥା ତାଙ୍କଠାରୁ ସନ୍ତୋଷଜନକ ଉତ୍ତର ନ ପାଇବା ପରେ ପଞ୍ଚାୟତବାସୀ ବାଧ୍ୟ ହୋଇ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri