ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ

ତିର୍ତ୍ତୋଲ,୨୮।୨ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ତେନ୍ତୁଳିପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପଞ୍ଚାୟତ ଅଞ୍ଚଳରେ ଅନେକ ଅଯୋଗ୍ୟଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ବେଳେ ଯୋଗ୍ୟ ହିତାଧିକାରୀ ଏଥିରୁ ବାଦ୍‌ ପଡ଼ିଛନ୍ତି। ତେବେ ତୁରନ୍ତ ଏ ଦିଗରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିବା ଦାବିପତ୍ରର ନକଲ ବିଭାଗୀୟ ସଚିବ, ଜଗତ୍‌ସିଂହପୁର ପିଡି, ତିର୍ତ୍ତୋଲ ବିଡିଓଙ୍କୁ ପ୍ରଦାନ କରାଯାଇଛି। ଦାବିପତ୍ରରେ ପଞ୍ଚାୟତର ଆଶିଷ ମହାନ୍ତି, ବିଜୟ ବିଶ୍ୱାଳ, ଶିଶିର ବିଶ୍ୱାଳ, ଶିଶିର ପୁହାଣ, ସୁବ୍ରତ ବିଶ୍ୱାଳ, ଭବାନୀ ଶଙ୍କର ସାହୁ, ରବୀନ୍ଦ୍ର ଚୌଧୁରୀଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ଅଧିବାସୀଙ୍କ ଦସ୍ତଖତ ରହିଛି।
ଅଭିଯୋଗ ମୁତାବକ, ପଞ୍ଚାୟତ ଅଞ୍ଚଳର ବହୁ ସ୍ବଚ୍ଛଳ ପରିବାର, ସରକାରୀ ପେନ୍‌ସନଧାରୀ ଆବାସ ଯୋଜନା ହାତେଇଥିବା ବେଳେ କେତେକ ପରିବାର ଦୁଇ ଥର ଘର ପାଇଛନ୍ତି। ସେହିପରି ସ୍ବାମୀସ୍ତ୍ରୀ ଉଭୟଙ୍କ ନାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପ୍ରଦାନ କରାଯାଇଛି ବୋଲି ଅଭିଯୋଗପତ୍ରରେ ଦର୍ଶାଯାଇଛି। ଅନ୍ୟପଟେ ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କରାଯିବା ପରେ ବି କିଛି ସୁଫଳ ମିଳୁନି। ତେଣୁ ଏହାର ତଦନ୍ତ କରାଯାଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଯୋଗ୍ୟ ହିତାଧିକାରୀମାନଙ୍କୁ ଘର ଯୋଗାଇ ଦେବାକୁ ଅଭିଯୋଗ ପତ୍ରରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ବିଡିଓ ରଞ୍ଜନ କୁମାର ପରିଡ଼ାଙ୍କୁ ପଚାରିବାରେ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ଉଦ୍ଦେଶ୍ୟମୂଳକ ଭାବେ କେତେଜଣ ବ୍ୟକ୍ତି ଏଭଳି ଅଭିଯୋଗ କରୁଛନ୍ତି। ଉଚ୍ଚ ପଦସ୍ଥ ଅଧିକାରୀମାନେ ଯାହା ପଦକ୍ଷେପ ନେବେ ତାକୁ ସ୍ବାଗତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri