ଅନୁଗୋଳ ଅଫିସ, ୬।୯ – ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗଁାରେ ଇନ୍ଦିରା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବୁଧବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ମାୟାଧର ବେହେରା ଗୁରୁବାର ଏକ ୪ ଜଣିଆ ଟିମ୍ ଗଠନ କରି ଅଭିଯୋଗର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୩ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ବିଡିଓ ଏକ ଚିଠି ପ୍ରଦାନ କରି କମିଟିକୁ ସମୟ ଦେଇଛନ୍ତି। ଏହାପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଡିଓ କହିଛନ୍ତି।
ଅନୁଗୋଳ ବ୍ଲକ କାର୍ଯ୍ୟାଳୟରୁ ହୋଇଥିବା ଚିଠି(୨୯୫୫/୫.୯.୧୯)ରେ ଉଲ୍ଲେଖ ରହିଛି ଯେ, ବେଡ଼ାଶାସନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ୨୦୧୯-୨୦ରେ ଟଙ୍କା ହେରଫେର, ହିତାଧିକାରୀ ଚୟନରେ ମଧ୍ୟ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ପାଇଁ ଏକ ୪ ଜଣିଆ ଟିମ୍ ଅନୁଗୋଳ ବ୍ଲକର ଜେଇ ଆଲୋକ ମିଶ୍ରଙ୍କ ଅଧୀନରେ ଗଠନ କରାଯାଇଛି। ଟିମ୍ରେ ମିଶ୍ରଙ୍କ ସହ ଜିପିଇଓ ମନୋଜ କୁମାର ଲାଲ୍, ପିଇଓ ଜ୍ଞାନରଞ୍ଜନ ଭୁକ୍ତା ଓ ପିଇଓ ସୋମନାଥ ଦାସ ରହିଛନ୍ତି। ପଞ୍ଚାୟତର ଗୋଟିଏ ଗଁାର ଜଣେ ମହିଳା ହିତାଧିକାରୀଙ୍କୁ ୨୦୧୪ରେ ଆବାସ ଯୋଜନାରେ ସାମିଲ କରାଯାଇଥିବାବେଳେ ତାଙ୍କ ସ୍ବାମୀଙ୍କୁ ୨୦୧୯ରେ ଏଥିରେ ସାମିଲ କରାଯାଇଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ସେହିପରି ଅନ୍ୟ ଏକ ଗଁାର ଜଣେ ହିତାଧିକାରୀ ପୂର୍ବରୁ ଆବାସ ଯୋଜନାରେ ଉପକୃତ ହୋଇଥିଲେ ମଧ୍ୟ ତାଙ୍କୁ ପୁନର୍ବାର ଏଥିରେ ଅନ୍ତର୍ଭୁକ୍ତ କରାଯାଇଥିବା ଅଭିଯୋଗ ଆସିଥିଲା। ଏହି ଟିମ୍ ସମ୍ପୃକ୍ତ ଗ୍ରାମକୁ ଯାଇ ତଦନ୍ତ କରିବେ। ଏ ସମ୍ପର୍କରେ ଜିଲା ଗ୍ରାମ୍ୟ ଉନ୍ନୟନ ଅଧିକାରୀଙ୍କୁ ମଧ୍ୟ ଅବଗତ କରାଯାଇଥିବା ବିଡିଓ ବେହେରା କହିଛନ୍ତି। ଶୁକ୍ରବାର ଏହି ଟିମ୍ ଉକ୍ତ ପଞ୍ଚାୟତକୁ ଯାଇ ତଦନ୍ତ କରିବେ ବୋଲି ବିଡିଓ ସୂଚନା ଦେଇଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ
ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...
କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...
ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ
ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...
ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍ କଲେ ବିଡିଓ, ଦେଖନ୍ତୁ VIDEO
ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...
କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...
ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍ କଲେ ଅଦାଲତ
କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...
ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...
ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି
ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...
Archives


