ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପ୍ରାଥମିକ ତଦନ୍ତ ପରେ କାଗଜପତ୍ର ଖୋଳତାଡ଼

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗାଁରେ ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ୪ ଜଣିଆ ଟିମ୍‌ ଗଠନ କରି ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରାଥମିକ ରିପୋର୍ଟରେ ଆବାସ ଯୋଜନାରେ ଦୁର୍ନୀତି ଗନ୍ଧ ବାରି ହୋଇପଡ଼ିବା ପରେ ଏବେ କାର୍ଯ୍ୟାଳୟରେ ଉକ୍ତ ପଞ୍ଚାୟତର କାଗଜପତ୍ର ଯାଞ୍ଚ ଚାଲିଛି। ଯାଞ୍ଚ ସରିବା ପରେ ଗଢ଼ା ଯାଇଥିବା ଟିମ୍‌ ଗ୍ରାଉଣ୍ଡ ଜିରୋକୁ ଯାଇ ତଦନ୍ତ କରିବ ବୋଲି ବିଡିଓ ମାୟାଧର ବେହେରା କହିଛନ୍ତି।
ଅନୁଗୋଳ ବେଡ଼ାଶାସନ ପଞ୍ଚାୟତରେ ଆବାସ ଯୋଜନାର ଗୋଟିଏ ଘଟଣାରେ ଦୁର୍ନୀତି ହୋଇଥିବା ଆଭାସ ମିଳିଛି। ୨୦୧୩-୧୪ରେ ଜଣଙ୍କ ନାମରେ ଦୁଇ ଥର ଆବାସ ପ୍ରଦାନ କରାଯାଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। କିନ୍ତୁ ଦସ୍ତାବିଜ ଯାଞ୍ଚ ସରିବା ପରେ ସ୍ପଷ୍ଟ ହେବ ବୋଲି ବିଡିଓ ବେହେରା ସୂଚନା ଦେଇଛନ୍ତି। ଏଥିସହ ୨୦୧୯-୨୦ରେ ଉକ୍ତ ପଞ୍ଚାୟତରେ ପ୍ରଦାନ କରାଯାଇଥିବା ମୋଟ ୩୩ଟି ଘରର ଦସ୍ତାବିଜ୍‌ ମଧ୍ୟ ଯାଞ୍ଚ କରାଯାଉଛି। ଏହାପରେ ପଞ୍ଚାୟତ କାର୍ଯ୍ୟାଳୟରେ ଥିବା କାଗଜପତ୍ର ତନଖି କରାଯାଇ ଲୋକଙ୍କ ନିକଟରୁ ବୟାନ ରେକର୍ଡ କରାଯିବ। ଗୋଟିଏ ପରିବାରର ଏକାଧିକ ଲୋକ ଆବାସ ଯୋଜନାରେ ସାମିଲ ହେବା ଓ ଗୋଟିଏ ଲୋକ ଦୁଇଥର ଯୋଜନା ହାତେଇବା ଏକ ଆପରାଧିକ କାର୍ଯ୍ୟକଳାପ। ଏ ନେଇ ଉପଯୁକ୍ତ ପ୍ରମାଣ ମିଳିଲେ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିସହ ହିତାଧିକାରୀଙ୍କୁ ମଧ୍ୟ ଏହି ଯୋଜନାରୁ ବାଦ୍‌ ଦିଆଯିବ ବୋଲି ବିଡିଓ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri