ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପ୍ରାଥମିକ ତଦନ୍ତ ପରେ କାଗଜପତ୍ର ଖୋଳତାଡ଼

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗାଁରେ ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ୪ ଜଣିଆ ଟିମ୍‌ ଗଠନ କରି ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରାଥମିକ ରିପୋର୍ଟରେ ଆବାସ ଯୋଜନାରେ ଦୁର୍ନୀତି ଗନ୍ଧ ବାରି ହୋଇପଡ଼ିବା ପରେ ଏବେ କାର୍ଯ୍ୟାଳୟରେ ଉକ୍ତ ପଞ୍ଚାୟତର କାଗଜପତ୍ର ଯାଞ୍ଚ ଚାଲିଛି। ଯାଞ୍ଚ ସରିବା ପରେ ଗଢ଼ା ଯାଇଥିବା ଟିମ୍‌ ଗ୍ରାଉଣ୍ଡ ଜିରୋକୁ ଯାଇ ତଦନ୍ତ କରିବ ବୋଲି ବିଡିଓ ମାୟାଧର ବେହେରା କହିଛନ୍ତି।
ଅନୁଗୋଳ ବେଡ଼ାଶାସନ ପଞ୍ଚାୟତରେ ଆବାସ ଯୋଜନାର ଗୋଟିଏ ଘଟଣାରେ ଦୁର୍ନୀତି ହୋଇଥିବା ଆଭାସ ମିଳିଛି। ୨୦୧୩-୧୪ରେ ଜଣଙ୍କ ନାମରେ ଦୁଇ ଥର ଆବାସ ପ୍ରଦାନ କରାଯାଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। କିନ୍ତୁ ଦସ୍ତାବିଜ ଯାଞ୍ଚ ସରିବା ପରେ ସ୍ପଷ୍ଟ ହେବ ବୋଲି ବିଡିଓ ବେହେରା ସୂଚନା ଦେଇଛନ୍ତି। ଏଥିସହ ୨୦୧୯-୨୦ରେ ଉକ୍ତ ପଞ୍ଚାୟତରେ ପ୍ରଦାନ କରାଯାଇଥିବା ମୋଟ ୩୩ଟି ଘରର ଦସ୍ତାବିଜ୍‌ ମଧ୍ୟ ଯାଞ୍ଚ କରାଯାଉଛି। ଏହାପରେ ପଞ୍ଚାୟତ କାର୍ଯ୍ୟାଳୟରେ ଥିବା କାଗଜପତ୍ର ତନଖି କରାଯାଇ ଲୋକଙ୍କ ନିକଟରୁ ବୟାନ ରେକର୍ଡ କରାଯିବ। ଗୋଟିଏ ପରିବାରର ଏକାଧିକ ଲୋକ ଆବାସ ଯୋଜନାରେ ସାମିଲ ହେବା ଓ ଗୋଟିଏ ଲୋକ ଦୁଇଥର ଯୋଜନା ହାତେଇବା ଏକ ଆପରାଧିକ କାର୍ଯ୍ୟକଳାପ। ଏ ନେଇ ଉପଯୁକ୍ତ ପ୍ରମାଣ ମିଳିଲେ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିସହ ହିତାଧିକାରୀଙ୍କୁ ମଧ୍ୟ ଏହି ଯୋଜନାରୁ ବାଦ୍‌ ଦିଆଯିବ ବୋଲି ବିଡିଓ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri