ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ

ଅନୁଗୋଳ ଅଫିସ, ୧୭।୧୦- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ତୁରନ୍ତ ଏହାର ଉତ୍ତର ଦେବା ପାଇଁ ଅନୁଗୋଳ ବିଡିଓ ମାୟାଧର ବେହେରା ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବେଡ଼ାଶାସନ ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦରୁ ଜେନାମଣି ଗଡ଼ନାୟକଙ୍କୁ ବିରତି ଦିଆଯାଇଛି ବୋଲି ବିଡିଓ କହିଛନ୍ତି।
ଉକ୍ତ ଅଭିଯୋଗର ତଦନ୍ତ ପାଇଁ ଅନୁଗୋଳ ବିଡିଓ ଏକ ୪ ଜଣିଆ ଟିମ୍‌ ଗଠନ କରିଥିଲେ। ଗତ ୩ ତାରିଖରେ ରିପୋର୍ଟ ଆସିବା ପରେ ବୁଧବାର ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ୍‌ କରାଯାଇଛି। ଏଥିସହ ଦୁଇଟି ଘର ପାଇଁ ଦିଆଯାଇଥିବା ପ୍ରଥମ କିସ୍ତିର ଟଙ୍କା ଫେରସ୍ତ ନିମନ୍ତେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟ ଏକ ଘରର କାର୍ଯ୍ୟାଦେଶକୁ ବାତିଲ କରାଯାଇଥିବା ବିଡିଓ ବେହେରା କହିଛନ୍ତି। ତେବେ ଟଙ୍କା ଫେରସ୍ତ ପରେ ଉକ୍ତ ଦୁଇଟି ଘରର କାର୍ଯ୍ୟାଦେଶ ବାତିଲ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ୨୦୧୯-୨୦ ବର୍ଷରେ ଉକ୍ତ ପଞ୍ଚାୟତକୁ ବଣ୍ଟାଯାଇଥିବା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆସିଥିଲା। ବଣ୍ଟାଯାଇଥିବା ୩୩ଟି ଆବାସ ଯୋଜନାରେ ୩ ଅଯୋଗ୍ୟଙ୍କୁ ଯୋଗ୍ୟ କରାଯାଇଥିବା ତଦନ୍ତ ରିପୋର୍ଟରୁ ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri