ପଦ୍ମପୁର,୮ା୧(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ରାଜଘରପୋଖରୀ ପଞ୍ଚାୟତର ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଘଟଣାରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ଚାକିରିରୁ ନିଲମ୍ବନ କରିଛନ୍ତି। ଏହି ପଞ୍ଚାୟତରେ ଦୁର୍ନୀତି ହୋଇଥିବା ଅଭିଯୋଗ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପରେ ଜିଲା ପ୍ରଶାସନ ତରଫରୁ ଘଟଣାର ତଦନ୍ତ କରାଯାଇଥିଲା। ଏହି ତଦନ୍ତ ରିପୋର୍ଟକୁ ଆଧାର କରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ୧ ତାରିଖରେ ଦୁର୍ନୀତିରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲାପାଳଙ୍କୁ ସୁପାରିସ କରିଥିଲେ। ଏନେଇ ଜିଲାପାଳ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଝାଡ଼େଶ୍ୱର ଜେନାଙ୍କୁ ଚିଠି ନଂ. ୧୧୯/୬ା୧ା୨୦୨୦ରେ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ପଞ୍ଚାୟତର ୧୭ ଜଣ ହିତାଧିକାରୀ ଘର ତିଆରି ସମ୍ପୂର୍ଣ୍ଣ କରି ନ ଥିବା ବେଳେ ସେମାନଙ୍କୁ ସମ୍ପୂର୍ଣ୍ଣ ଅର୍ଥ କିଭଳି ପ୍ରଦାନ କରାଗଲା ଜବାବ ଦେବା ପାଇଁ ଗ୍ରାମ ରୋଜଗାର ସେବକ ଅମିୟ ନାୟକଙ୍କୁ ୩ ଦିନ ସମୟ ଦିଆଯାଇଛି। ଅନ୍ୟପକ୍ଷେ ନିଜର ପକ୍କାଘର ଥାଇ ଓ ଘର ନ କରି ସରକାରୀ ଅର୍ଥ ହଡ଼ପ କରିଥିବା ହିତାଧିକାରୀମାନଙ୍କ ନାମରେ ଏତଲା ଦେବା ପାଇଁ ବିଡିଓ ପ୍ରଣବ କୁମାର ବେହେରାଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଭଦ୍ରକ View All
ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍!
ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି...
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…
ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...
Archives


