ଆବାସ ଯୋଜନାରେ ମିଳୁନି ବିଲ୍‌: ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ

ପାଲଲହଡ଼ା, ୫ା୧୧(ଡି.ଏନ.ଏ.)

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇ ଘର ନିର୍ମାଣ କରିଥିବା ଅନୁଗୋଳ ଜିଲା କଣିହାଁ ବ୍ଲକ ଗଣ୍ଡମାଳା ପଞ୍ଚାୟତର ହିତାଧିକାରୀମାନେ ବିଲ୍‌ ମିଳୁ ନ ଥିବା ଅଭିଯୋଗ କରି ସୋମବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସେମାନଙ୍କ ଅଭିଯୋଗ ମୁତାବକ, ଗଣ୍ଡମାଳା ପଞ୍ଚାୟତର ବିଭିନ୍ନ ଗ୍ରାମର ୩୧ ଜଣ ହିତାଧିକାରୀ ୪ ମାସ ତଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିଲେ। ପ୍ରଥମ କିସ୍ତିରେ ସେମାନଙ୍କୁ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ୩ ମାସ ମଧ୍ୟରେ ଘର କାମ ସମ୍ପୂର୍ଣ୍ଣ କଲେ ନିର୍ମାଣ ବାବଦ ସମସ୍ତ ଟଙ୍କା ସହ ୨୦ ହଜାର ଟଙ୍କାର ପୁରସ୍କାର ରାଶି ଦିଆଯିବ ବୋଲି କୁହାଯାଇଥବଲା। ଫଳରେ ହିତାଧିକାରୀମାନେ ଧାର୍ଯ୍ୟ ସମୟ ମଧ୍ୟରେ କଷ୍ଟେମଷ୍ଟେ କାମ ଶେଷ କରିଥିଲେ ହେଁ ପୁରସ୍କାର ରାଶି ତ ଦୂରର କଥା ନିର୍ମାଣ ବାବଦ ଟଙ୍କା ମଧ୍ୟ ମିଳୁନାହିଁ। ଏ ନେଇ ପ୍ରଶାସନିକ ଅଧିକାରୀ, ସ୍ଥାନୀୟ ଜନ ପ୍ରତିନିଧିଙ୍କୁ ଜଣାଇଥିଲେ ମଧ୍ୟ କେହି ଶୁଣୁ ନାହାନ୍ତି ବୋଲି ସୋମବାର ପାଲଲହଡ଼ା ଉପଖଣ୍ଡରେ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ସମ୍ପୃକ୍ତ ହିତାଧିକାରୀମାନେ ଅଭିଯୋଗ କରିଥିଲେ। ଜିଲାପାଳଙ୍କୁ ଜଣାଇବା ପରେ ୭ ଦିନ ମଧ୍ୟରେ ସମସ୍ୟା ସମାଧାନ କରାଯିବାକୁ ପ୍ରତିଶ୍ରୁତି ମିଳିଥିବା ସମ୍ପୃକ୍ତ ହିତାଧିକାରୀମାନେ ଜଣାଇଛନ୍ତି। ଏହା ନ ହେଲେ ଆନ୍ଦୋଳନ ପ୍ରସ୍ତୁତି କରାଯିବ ବୋଲି ସୁଶୀଳ ବେହେରା, କମାର ବେହେରା, ସୁଦର୍ଶନ ବେହେରା, ମୂଳିଆ ବେହେରା, ଦୁତେଇ ବେହେରା, ସୁଜାତା ବେହେରା, ପଦ୍ମିନୀ ବେହେରା, ଅଜୟ ବେହେରା,
କୁନୁ ଦେହୁରୀ ପ୍ରମୁଖ ହିତାଧିକାରୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri