ଆବାସ ଯୋଜନାରେ ସାମିଲରୁ ବଞ୍ଚିତ ପ୍ରସଙ୍ଗ ପଦକ୍ଷେପ ନେବାକୁ ବିଏମ୍‌ସିକୁ ଆସିଲା ଚିଠି

ଛତ୍ରପୁର,୨୨ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ରାଜୀବ ଆବାସ ଯୋଜନାରେ ଖଳାସାହିରୁ ଉଚ୍ଛେଦ ୭ ପରିବାର ସାମିଲ ହୋଇନାହାନ୍ତି। ଏହି ପ୍ରସଙ୍ଗ ଏବେ ଭିନ୍ନ ମୋଡ ନେଇଛି। ସବୁସ୍ତରରୁ ନିରାଶ ପରେ ଉକ୍ତ ପରିବାରଗୁଡିକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ମଧ୍ୟ ଏହାର ଶୁଣାଣି କରି ଆଇନ୍‌ ଅନୁଯାୟୀ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ତଥାପି ଉକ୍ତ ପରିବାରଗୁଡିକୁ ଏହି ଯୋଜନାରେ ସାମିଲ କରାଯାଇନି। ଫଳରେ ଉକ୍ତ ପରିବାରଙ୍କ ପକ୍ଷରୁ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ  ପ୍ରମୁଖ ଶାସନ ସଚିବଙ୍କୁ ଅଭିଯୋଗ ପିଟିଶନ ପଠାଯାଇଥିଲା। ଏମାନଙ୍କ ପିଟିଶନକୁ ଗୁରୁତ୍ୱର ସହ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନେଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ନିର୍ଦ୍ଦେଶାନୁସାରେ ଉକ୍ତ ପ୍ରସଙ୍ଗ ଉପରେ ପଦକ୍ଷେପ ନେବାକୁ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ଓଡିଶା ସହରାଞ୍ଚଳ ହାଉସିଂ ମିଶନ ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି ବିଜୟଲକ୍ଷ୍ମୀ ଜେନାଙ୍କୁଠାରୁ ୧୮ ତାରିଖରେ  ଚିଠି (ନଂ-୮୦୮) ଆସିଛି। ପଦକ୍ଷେପ ନେଇ ଜଣାଇବାକୁ ଉକ୍ତ ଚିଠିରେ ଉଲ୍ଲେଖ ରହିଛି।

ମିଳିଥିବା ସୂଚନା ଅନୁସାରେ, ବ୍ରହ୍ମପୁର  ଆଙ୍କୁଲି ନିକଟ ଖଳାସାହିରେ ୨୫ ବର୍ଷରୁ ଊର୍ଦ୍ଧ୍ୱ ହେଲା ସରକାରୀ ଜମିରେ ଘର ନିର୍ମାଣ କରି ୭ ପରିବାର ରହି ଆସୁଥିଲେ। ତେବେ ଉକ୍ତ ସ୍ଥାନରେ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ରାଜୀବ ଆବାସ ଯୋଜନା ମାଧ୍ୟମରେ ଗୃହ ନିର୍ମାଣ କରାଯିବା ପାଇଁ ସ୍ଥିର ହୋଇଥିଲା। ଉକ୍ତ ସ୍ଥାନ ଛାଡି ଚାଲିଯିବାକୁ ୨୦୧୬ ସେପ୍ଟେମ୍ବର ୨ ତାରିଖରେ ବ୍ରହ୍ମପୁର ମହାନଗର ନିଗମର ତତ୍କାଳୀନ କମିଶନରଙ୍କ ପକ୍ଷରୁ ଉକ୍ତ ପରିବାରମାନଙ୍କୁ ନୋଟିସ୍‌ କରାଯାଇଥିଲା। ଉକ୍ତ ସ୍ଥାନରେ ରାଜୀବ ଆବାସ ଯୋଜନାରେ ଗୃହ ନିର୍ମାଣ କରାଯିବ ଏବଂ ଏହି ଯୋଜନାର ନିୟମ ଅନୁଯାୟୀ ଯୋଗ୍ୟତା ଭିତ୍ତିରେ ଯଥାଶୀଘ୍ର ଗୃହ ଯୋଗାଇଦେବା ପାଇଁ ବ୍ୟବସ୍ଥା ହେବ ବୋଲି ଉକ୍ତ ନୋଟିସ୍‌ରେ ଦର୍ଶାଯାଇଥିଲା। ଏହାପରେ ଏହି ପରିବାରଗୁଡିକ ଉକ୍ତ ଜମି ଛାଡି ଚାଲିଯାଇଥିଲେ। ଏହାପରଠାରୁ ସେମାନେ  ଅନ୍ୟତ୍ର ଘର ଭଡା କରି କଷ୍ଟରେ ଚଳୁଛନ୍ତିି। ମାତ୍ର ତାଙ୍କୁ ରାଜୀବ ଆବାସ ଯୋଜନାରେ ସାମିଲ କରାଯାଇ ନ ଥିଲା। ଏ ନେଇ ବାରମ୍ବାର କର୍ର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଏପରିକି ତତ୍କାଳୀନ ସ୍ଥାନୀୟ କର୍ପୋରେଟର ମଧ୍ୟ ଏମାନଙ୍କୁ ଉକ୍ତ ଯୋଜନାରେ ସାମିଲ କରିବାକୁ କମିଶନରଙ୍କୁ ଅନୁରୋଧ କରିଥିଲେ। ଏହାପରେ ମଧ୍ୟ କୌଣସି ପଦକ୍ଷେପ ନ ନିଆଯିବାରୁ ଏମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଏହି ମାମଲାର ଶୁଣାଣି କରି ଆଇନ୍‌ ଅନୁଯାୟୀ ପଦକ୍ଷେପ ନେବାକୁ  ନଗର ଉନ୍ନୟନ ବିଭାଗ ଓ ବ୍ରହ୍ମପୁର ମହାନଗର ନିଗମ କର୍ର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri